କିଶୋର କୁମାରଙ୍କ ପ୍ରଥମ ପତ୍ନୀଙ୍କ ଦେହାନ୍ତ: ଶୋକ ପ୍ରକାଶ କଲେ ମମତା

ମୁମ୍ବାଇ,୩।୬: ବଲିଉଡ୍‌ ଜଗତର ଭେଟେରାନ ଗାୟକ କିଶୋର କୁମାରଙ୍କ ପତ୍ନୀ ଓ ଅଭିନେତ୍ରୀ ରୁମା ଗୁହା ଠାକୁରତାଙ୍କ ସୋମବାର ଦେହାନ୍ତ ହୋଇଛି। କୋଲକାତା ସ୍ଥିତ ନିଜର ବାସଭବନ ବାଲିଗଙ୍ଗେ ପ୍ୟାଲେସରେ ତାଙ୍କର ନିଧନ ହୋଇଛି। ସୋମବାର ସନ୍ଧ୍ୟାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି। ଅପରପକ୍ଷରେ ରୁମାଙ୍କ ନିଧନରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ ପ୍ରକାଶ କରିଛନ୍ତି। ଫିଲ୍ମ ଜଗତରେ ଥିବା ତାଙ୍କର ଅବଦାନକୁ କେହି ଭୂଲିପାରିବେ ନାହିଁ ବୋଲି ମମତା ଟୁଇଟ କରି କହିଛନ୍ତି। ଏଥିସହ ତାଙ୍କର ପରିବାର ଲୋକଙ୍କୁ ମମତା ସମବେଦନା ଜଣାଇଛନ୍ତି। ୧୯୩୪ରେ କୋଲକାତାରେ ଜନ୍ମ ହୋଇଥିବା ରୁମା ୧୯୫୧ରେ ଅଭିନେତା ତଥା ଗାୟକ କିଶୋର କୁମାରଙ୍କୁ ବିବାହ କରିଥିଲେ। ହେଲେ ତାଙ୍କର ଏହି ସମ୍ପର୍କ ବହୁ ଦିନ ଧରି ଚାଲି ନ ଥିଲା। ବିବାହର ୬ ବର୍ଷ ପରେ ସେମାନଙ୍କର ଡିଭୋର୍ସ ହୋଇଯାଇଥିଲା। କିଶୋର ଓ ରୁମାଙ୍କ ଜଣେ ପୁତ୍ର ସନ୍ତାନ ଅଛନ୍ତି। ପୁଅ ଅମିତ କୁମାର ମଧ୍ୟ ଜଣେ ପପୁଲାର ଗାୟକ। ଏହାପରେ ରୁମା ୧୯୬୦ରେ ଅରୁପ ଗୁହା ଠାକୁରତାଙ୍କ ସହ ବିବାହ କରିଥିଲେ। ଏହି ବିବାହ ପରେ ସେମାନଙ୍କର ଗୋଟିଏ ଝିଅ ଥିବା ଜଣାପଡ଼ିଛି। ୧୯୪୪ରେ ଜ୍ୱାର ଭାଟା ଫିଲ୍ମରୁ ଡେବ୍ୟୁ କରିଥିଲେ ରୁମା। ଗଙ୍ଗା, ଅଭିଯାନ, ପଳାତକ, ଏଣ୍ଟୋନୀ, ଫିରଙ୍ଗୀ, ବାଳିକା ବଧୂରେ ତାଙ୍କର ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri