କୀଟନାଶକ ଗନ୍ଧର ପ୍ରଭାବ: ୨ ଭଉଣୀ ପରେ ଆଉଜଣଙ୍କ ମୃତ୍ୟୁ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର କୀଟନାଶକ ଗନ୍ଧରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ନାତୁଣୀ ବର୍ଷା (୧୨)ଙ୍କର ଶନିବାର ସକାଳେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ ଘଟିଛି। ବୈଦ୍ୟନାଥପୁର ଥାନା ପୋଲିସ ନଂ.୬୭୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅତିରିକ୍ତ ଏପିଏଚ୍‌ଇଓ ଡାକ୍ତର ଅବନୀ କୁମାର ପାତ୍ର, ଏପିଡେମିଓଲୋଜିଷ୍ଟ ସାବିତ୍ରୀ ରାଉତ, ଝରି ପଦର ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନିବେଦିତା ନନ୍ଦ, ସ୍ବାସ୍ଥ୍ୟ ସୁପରଭାଇଜର ଶିବଶଙ୍କର ପାଢୀ, ସୁରେନ୍ଦ୍ର ନାଥ ବେହେରା, ଇତିଶ୍ରୀ ସ୍ବାଇଁ, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ପହଞ୍ଚତ୍ ସବିଶେଷ ରିପୋର୍ଟ ସଂଗ୍ରହ କରିବା ସହ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।
ପ୍ରକାଶ ଯେ, ଗୁରୁବାର ମୋହନ ଧାନ ମିଲିଂକରି ଚାଉଳ ବସ୍ତା ଘରେ ରଖିଥିଲେ। ପୋକ ନ ଲାଗିବା ପାଇଁ ବସ୍ତା ଉପରେ କୀଟନାଶକ ସିଞ୍ଚନ କରାଯାଇଥିଲା। ୩ ଭଉଣୀ ଟିକିନା, ସୋମା, ବର୍ଷା ଆଈ କସ୍ତୁରୀଙ୍କ ସହ ରାତିରେ ଉକ୍ତ ଘରେ ଶୋଇଥିଲେ। କୀଟନାଶକ ଗନ୍ଧରେ ୩ ଭଉଣୀ ଅଚେତ ହୋଇପଡିଥିଲେ। ସକାଳ ପ୍ରାୟ ୮ ଟାରେ ପରିବାର ଲୋକେ ସେମାନଙ୍କୁ ଉଦ୍ଧାର କରି ପାଖ କ୍ଲିନିକ୍‌କୁ ନେଇଥିଲେ। ଟିକିନାଙ୍କ ଅବସ୍ଥା ଗୁରୁତର ଥିବାବେଳେ ବ୍ରହ୍ମପୁର ବଡ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜ ଗାଁ ମାଟିଆ ବୋରେଇରେ ତାଙ୍କ ମୃତଦେହ ସଂସ୍କାର କରି ଅପରାହ୍ନ ପ୍ରାୟ ୪ଟାରେ ପରିବାର ଲୋକେ ଫେରିବାବେଳେ ସେମାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ବର୍ଷାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲେ।
ଭୁବନେଶ୍ୱରରେ ରହି କାମ କରୁଥିବା ବର୍ଷା ଓ ସୋମାଙ୍କ ମା’ ଧରିତ୍ରୀ ଓ ବାପା ଜଗା ଏବଂ ଟିକିନାଙ୍କ ମା’ ପୁନି ଓ ବାପା ପବିତ୍ର ଶୁକ୍ରବାର ସନ୍ଧ୍ୟାରେ ମାଟିଆ ବୋରେଇରେ ପହଞ୍ଚତ୍ଥିଲେ। ପରେ ସୋମାଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ଶୁକ୍ରବାର ସକାଳୁ ବର୍ଷାଙ୍କ ମୃତଦେହ ପହଞ୍ଚତ୍ବା ପରେ ଗଁ। ଶ୍ମଶାନରେ ସଂସ୍କାର କରାଯାଇଛି। ୩ ଭଉଣୀଙ୍କ ମୃତ୍ୟୁପରେ ଗଁ।ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏତେସବୁ ଘଟଣା ପରେ ମଧ୍ୟ ଗଁ।ରେ ପୋଲିସ ପହଞ୍ଚତ୍ ନ ଥିବା କହିଛନ୍ତି ପୂର୍ବତନ ସରପଞ୍ଚ ସଞ୍ଜୀବ କୁମାର ରେଡ୍ଡୀ, ସାମାଜିକ କର୍ମୀ ରାମକୃଷ୍ଣ ଚୌଧୁରୀ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri