କୀଟନାଶକ ପିଇ ନବ ବିବାହିତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ, ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ମହାକାଳପଡ଼ା,୯।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ମହିଳାଙ୍କ ଭାଇ ଶିବ ପ୍ରସାଦ ଖୁଣ୍ଟିଆ ମହାକାଳପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୬୫/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ମୃତକ ଏକ ବର୍ଷ ପୂର୍ବେ କୋଚିଳା ଗ୍ରାମର ଯଶୋବନ୍ତ ପ୍ରଧାନଙ୍କ ପୁଅ କାଳନ୍ଦୀଙ୍କୁ ପ୍ରେମ ବିବାହ କରିଥିଲେ। ତେବେ ଉଭୟେ ନାବାଳିକା ଓ ନାବାଳକ ଥିବାରୁ ଗ୍ରାମର ଭଦ୍ର ଲୋକଙ୍କ ଉପସ୍ଥିତିରେ ସମାଧାନ ହୋଇ ସେମାନଙ୍କର ବିବାହ କରାଯାଇଥିଲା। କୌଣସି କାରଣରୁ ରାତିରେ ସେ ବିଷ ପିଇଦେଇଥିଲେ। ଏହା ଜାଣିପାରି ଶାଶୁଘର ଲୋକେ ତାଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଭଉଣୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶିବ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ସ୍ବାମୀ କାଳନ୍ଦୀଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି। ଏଥିସହ ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା...

ଛକାପଞ୍ଝାରେ କେନ୍ଦ୍ରାପଡ଼ା ବିଧାନସଭା ପ୍ରାର୍ଥୀତ୍ୱ

କେନ୍ଦ୍ରାପଡ଼ା, ୧୭ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ୫ ବିଧାନସଭା କ୍ଷେତ୍ର। ଏଥିରୁ ୪ଟିରେ ଚଳିତ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ...

ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ

ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ...

ଧୂଳି ଲେପରେ ଫାଷ୍ଟଫୁଡ୍‌ ଷ୍ଟଲ, ବାସି ଖାଦ୍ୟ

ମହାକାଳପଡ଼ା,୧୭ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ପଣା ସଂକ୍ରାନ୍ତିଠାରୁ ଝାମୁଯାତ୍ରା ଚାଲିଛି। ଏହି ଅବସରରେ ମେଳାରେ ବହୁସଂଖ୍ୟାରେ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri