କୁଆଖାଇ ନଦୀକୂଳରେ ଛଟ୍‌ ପୂଜା

ବାଲିଅନ୍ତା,୩।୧୧(ଡି.ଏନ୍‌.ଏ.)
ରାଜଧାନୀ ଉପକଣ୍ଠ ନହରକଣ୍ଟା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀକୂଳରେ ବିହାରୀ ସମ୍ପ୍ରଦାୟର ଲୋକଙ୍କ ବଡ଼ ପର୍ବ ଛଟ୍‌ ପୂଜା ତଥା ସୂର୍ଯ୍ୟଷଷ୍ଠୀ ବ୍ରତ ଶନିବାର ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଶହଶହ ବ୍ରତଧାରୀ ଶ୍ରଦ୍ଧାଳୁ ନଦୀବନ୍ଧରେ ପଶି ଅସ୍ତଗାମୀ ସୂର୍ଯ୍ୟଦେବଙ୍କୁ ଆରଧନା କରିବା ସହ ପାଣି ଓ କ୍ଷୀରରେ ଅର୍ଘ୍ୟ ଅର୍ପଣ କରିଥିଲେ। ପାଣ୍ଡରା କୁଆଖାଇ ନଦୀକୂଳରେ ରାଷ୍ଟ୍ରୀୟ ସେବା ବିହାର ଛଟ ପୂଜା ସମିତି ଟ୍ରଷ୍ଟ ପକ୍ଷରୁ ଛଟ ପୂଜା ଆୟୋଜନ କରାଯାଇଥିଲା। ସେହିଭଳି ନହରକଣ୍ଟା କୁଆଖାଇ ନଦୀକୂଳରେ କୁଆଖାଇ ଛଟପୂଜା ସମିତି ପକ୍ଷରୁ ଛଟପୂଜା ପାଳିତ ହୋଇଯାଇଛି। ରାଜଧାନୀ ଓ ଏହାର ଆଖପାଖରେ ରହୁଥିବା ବିହାର ସମ୍ପ୍ରଦାୟର ମହିଳା ଓ ପୁରୁଷମାନେ ନଦୀକୂଳକୁ ଆସି ବାଲିରେ ଆଖୁ ଓ କଦଳୀ ଗଛ ପୋତି ଛଟ୍‌ ମାତାଙ୍କୁ ଆରାଧନା କରିଥିଲେ। ନୂଆ କୁଲାରେ ଆଣିଥିବା ଫଳମୂଳ ପିଠା ଆଦି ରଖି ଦୀପ ଲଗାଇ ମାତା ଓ ସୂର୍ଯ୍ୟଦେବଙ୍କୁ ଉପାସନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?