କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ

ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ ଆସୁଥିବା ଦାବି ସମେତ ଅନ୍ୟାନ୍ୟ ଦାବି ଉପରେ ଗୁରୁତ୍ୱାରୋପ କରାଯାଇଛି। ବିଶେଷ କରି ବହୁ ଦିନରୁ ଲାଗି ରହିଥିବା ଜମିଜମା ସଂକ୍ରାନ୍ତ ବିବାଦର ତୁରନ୍ତ ସମାଧାନ, ଆଦିବାସୀଙ୍କୁ ସେମାନଙ୍କ ଜମି ପ୍ରଦାନ, ଜିଲାରେ ଅଧୋପତନ ମୁଖି ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରି ପିଲାମାନଙ୍କୁ ପ୍ରତିଯୋଗିତାତ୍ମକ ସମ୍ପନ୍ନ କରି ଗଢ଼ି ତୋଳିବା ଏବଂ ସମ୍ବିଧାନ ନିୟମ ଅନୁସାରେ ପେସା ଆଇନ ଲାଗୁ କରିବାକୁ କୁଇ ସମାଜ କର୍ମକର୍ତ୍ତା ଦାବି କରିଥିଲେ । ସେହିପରି ଜିଲାରେ ଗଞ୍ଜେଇ ଚାଷକୁ ଆଇନ ସମ୍ମତ କରି ଚାଷୀଙ୍କୁ ଲାଇସେନ୍ସ ପ୍ରଦାନ କରିବାକୁ ମଧ୍ୟ କୁହା ଯାଇଥିଲା। ଜିଲାରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ବାଳିକା ବିଦ୍ୟାଳୟରେ କେବଳ ମହିଳା ଶିକ୍ଷକ ଏବଂ କର୍ମଚାରୀଙ୍କୁ ନିଯୁକ୍ତିକୁ ପୁଣି ଦୋହରା ଯାଇଥିଲା ।
ପ୍ରତିଷ୍ଠା ଦିବସ ଉପଲକ୍ଷେ କୁଇ ସମାଜ କାର୍ଯ୍ୟାଳୟରୁ ଏକ ବିଶାଳ ରାଲି ବାହାରି ସହର ପରିକ୍ରମା କରିଥିଲା। ଆଦିବାସୀମାନେ ପାରମ୍ପରିକ ନୃତ୍ୟ ବାଦ୍ୟର ତାଳେ ତାଳେ ନାଚି ନାଚି ଆସି କରୋନେଶନ ପଡିଆରେ ପହଞ୍ଚିିଥିଲେ। ସେଠାରେ ଅନୁଷ୍ଠିତ ସଭାରେ କୁଇ ସମାଜ କର୍ମକର୍ତ୍ତା ଯୋଗଦେଇ ସେମାନଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ। ସରକାର ଆମର କିଛି ଦାବି ମାନିଛନ୍ତି। ସେହି ଅନୁସାରେ ପ୍ରଶାସନକୁ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ସେମାନେ କରୁନାହାନ୍ତି । ଜିଲାରେ ଜାଲ ଜାତିଗତ ପ୍ରମାଣପତ୍ର ଦେଇ ବହୁ ଚାକିରି ହାତେଇଛନ୍ତି । ସେମାନଙ୍କୁ ଆଜି ପର୍ଯ୍ୟନ୍ତ ଚିହ୍ନଟ କରାଯାଉନାହିଁ । ଅନୁସୂଚିତ ଜନଜାତି ଅଞ୍ଚଳରେ ପେସା ଆଇନ କଡାକଡି ଭାବେ ପାଳନ କରିବାକୁ କୁଇ ସମାଜ ସମନ୍ବୟ ସମିତି ସାଧାରଣ ସମ୍ପାଦକ ଲମ୍ବୋଦର କହଁର ଦାବି କରିଥିଲେ। କୁଇ ସମାଜ ଜିଲାସ୍ତରୀୟ କର୍ମକର୍ତ୍ତା ଏବଂ ଅନ୍ୟମାନେ ଯୋଗଦେଇ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ସଭା ପୂର୍ବରୁ ଉପରୋକ୍ତ ଦାବି ସମ୍ପର୍କରେ ଏକ ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁଙ୍କୁ ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri