କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଛି। ଏବେ କୁକୁଡ଼ାଖଣ୍ଡିରେ କରୋନା ଭୟର ବାତାବରଣ ସୃଷ୍ଟି ହୋଇଛି। ବ୍ରହ୍ମପୁର ଆମ୍ବ ମାର୍କେଟ ଲିଙ୍କ୍‌ରେ ଗୁଣ୍ଠବନ୍ଧରେ ରହୁଥିବା ଜଣେ ବ୍ୟବସାୟୀ ଆସିଥିବା ବେଳେ ଏହି ଗ୍ରାମରୁ ଗୋଟିଏ ପରିବାରର ଜଣଙ୍କୁ ଶୀତଳାପଲି କୋଭିଡ୍‌ ହସ୍ପିଟାଲ ପଠାଯାଇଥିବା ବେଳେ ଅନ୍ୟ ୨ ଜଣଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଏମ୍‌କେସିଜି ମେଡିକାଲ ପଠାଯାଇଛି। ଫଳରେ ଏହି ଅଞ୍ଚଳକୁ ଏବେ ସିଲ୍‌ କରାଯାଇଛି। ରବିବାର ସକାଳେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ର , ତହସିଲଦାର ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତତ୍ରାୟ ଭାଉସାହେବ ଓ ସଦର ଥାନା ପୋଲିସ ଉପସ୍ଥିତିରେ ଉପରୋକ୍ତ ଗାଁର ଚତୁଃପାର୍ଶ୍ୱ ରାସ୍ତା ସିଲ୍‌ କରାଯାଇଥିବା ନେଇ ବିଡିଓ ସୂଚନା ଦେଇଛନ୍ତି । ସେହିପରି ଗାଁରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପ୍ରତ୍ୟେକ ପରିବାରବର୍ଗ ନିଜ ନିଜ ଘରେ ସଙ୍ଗରୋଧରେ ରହିବେ। ଅତ୍ୟାବଶ୍ୟକ ସାମଗ୍ରୀ ଓ ସ୍ବାସ୍ଥ୍ୟସେବା ସମ୍ପର୍କିତ ସୁବିଧା ବ୍ଲକ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ବିଡିଓ କହିଛନ୍ତି । ସେହିପରି ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ୨ ଜଣ ଅଧିକାରୀଙ୍କୁ ନୋଡାଲ ଅଫିସର ଭାବେ ନିୟୋଜିତ କରାଯାଇଛି। କରୋନା ସଂକ୍ରମିତ ପରିବାରଙ୍କ ସହ ସମ୍ପର୍କରେ ଆସିଥିବା ଗ୍ରାମର ୬୦ରୁ ଊଦ୍ଧର୍‌ବ ଲୋକଙ୍କ ସୋମବାର ସ୍ବାବ୍‌ ନମୁନା ସଂଗ୍ରହ ପାଇଁ ଗ୍ରାମକୁ ଏକ ଡାକ୍ତରୀ ଦଳ ଆସିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri