କୁକୁଡ଼ାଖଣ୍ଡି,୯ା୩(ଡି.ଏନ୍.ଏ.)-କୁକୁଡ଼ାଖଣ୍ଡି ତୁଟାସାହିରେ ଥିବା ଝାମି ଏଲେମା ଠାକୁରାଣୀଙ୍କ ପୂର୍ଣ୍ଣିମା ଯାତ୍ରା ତଥା ଚଳିତ ବର୍ଷର ଶେଷ ଯାତ୍ରା ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ପହରୁ ରୀତିନୀତି ଅନୁଯାୟୀ ବେଢା, ଦୀପ ଆଳତି, ହେବା ସହ ଦୋଳ ପୂର୍ଣ୍ଣି ପାଇଁ ମା’ଙ୍କୁ ଚଣା, ଫେଣା, ଫୋଗୁ ଆଦି ଅର୍ପଣ କରାଯାଇଥିଲା। ଯାତ୍ରାରେ ମା’ଙ୍କୁ ଦର୍ଶନ କଲେ ବିଭିନ୍ନ ପ୍ରକାର ଚର୍ମ ରୋଗ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଥିପାଇଁ
ମନ୍ଦିର ପରିସରରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଏଥିସହ ପରିବାରର ମଙ୍ଗଳ ସକାଶେ ଭକ୍ତ ମାନେ ଯାତ୍ରାରେ ମୁଆଁ ପକାଇଥାନ୍ତି। ବିଶେଷ କରି ତେଲୁଗୁ ସମ୍ପ୍ରଦାୟର ଲୋକଙ୍କ ଲାଗି ଏହି ଯାତ୍ରା ଅତି ଗୁରୁତ୍ୱପୂର୍ଣ୍ଣ। କେଉଁ ପୌରାଣିକ କାଳରୁ ଏହି ଯାତ୍ରା ଅନୁଷ୍ଠିତ ହୋଇଆସୁଛି। ଯାତ୍ରାର ଶେଷରେ ପୁଣି ମା’ଙ୍କ ବେଢା, ଅଗ୍ନିପୂଜା, ଆଳତି ହୋଇ ଗୁପ୍ତନୀତି ସମ୍ପୂର୍ଣ୍ଣ ହୋଇଥାଏ। ଭିଡ଼କୁ ଦୃଷ୍ଟିରେ ରଖି ଯାତ୍ରା ପରିଚାଳନା କମିଟି ପକ୍ଷରୁ ସ୍ବତନ୍ତ୍ର ବନ୍ଦବସ୍ତ କରାଯାଇଥିବା ବେଳେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
Archives

