କୁକୁଡ଼ା ଫାର୍ମ ହଟାଇବାକୁ ଗ୍ରାମବାସୀଙ୍କ ବିକ୍ଷୋଭ

ପାଟପୁର,୧୩ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପଟିଗୁଡା ପଞ୍ଚାୟତର ସିନ୍ଦୁରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର, ଅଭିଭାବକ ଓ ଶତାଧିକ ଗ୍ରାମବାସୀ ଗୁରୁବାର ଗାଁ ମୁଣ୍ଡରେ ଥିବା ଏକ କୁକୁଡ଼ା ଫାର୍ମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉକ୍ତ ଫାର୍ମ ଯୋଗୁ ଗଁା ପରିବେଶ ପ୍ରଦୂଷଣ ହେବା ସହ ମାଛିଙ୍କ ଦୌରାତ୍ମ୍ୟ ବଢୁଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବା ସହ ରୋଗରେ ପଡୁଛନ୍ତି। ଏଥିଯୋଗୁ ଗ୍ରାମବାସୀଙ୍କ ପାନୀୟ ଜଳ ଉତ୍ସ ମଧ୍ୟ ପ୍ରଦୂଷିତ ହେଉଛି ଓ ଝାଡାବାନ୍ତି ଭଳି ସଂକ୍ରମଣ ରୋଗ ବ୍ୟାପୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ବ୍ଲକ ଶିକ୍ଷା ଅଧିକାରୀ ମୁକୁନ୍ଦ ଚନ୍ଦ୍ର ପାଢ଼ୀଙ୍କୁ ଯୋଗାଯୋଗ କରିବାରୁ ସେ ଶୁକ୍ରବାର ସ୍କୁଲ ପରିଦର୍ଶନ କରି ପଦକ୍ଷେପ ନେବେ ବୋଲି କହିଛନ୍ତି। ତହସିଲଦାର ଅମିତ କୁମାର ନାୟକଙ୍କୁ ଯୋଗାଯୋଗ କରିବାରୁ ସେ ପୋଡାମାରି ଆର୍‌ଆଇଙ୍କୁ ସେଠାକୁ ପଠାଇଥିଲେ। ତେବେ ଉକ୍ତ କୁକୁଡାଫାର୍ମଟି ଦିଗପହଣ୍ଡି ତହସିଲ ଅନ୍ତର୍ଗତ ବାଙ୍ଗରଡା ମୌଜାରେ ରହିଛି ବୋଲି କହିଥିଲେ। ଏନେଇ ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କୁ ଯୋଗାଯୋଗ କରିବାରୁ ସେ ମିଟିଂରେ ଥିବାରୁ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ। ମହାରାଷ୍ଟ୍ର ପୁନେସ୍ଥିତ ଏକ ହାଚେରୀର ଏହା ଏକ ଶାଖା ବୋଲି ସେଠାରେ ଥିବା କର୍ମଚାରୀ ମାନେ କହିଥିଲେ। ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାର ପୁଣି ସେଠାରେ ବିକ୍ଷୋଭ ସହ ରାସ୍ତାରୋକୋ କରାଯିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?