Posted inଫୁରସତ

କୁକୁର ପାଲଟିଛି କିଙ୍ଗ ଅଫ ବାଲାନ୍ସ

ହାର୍ଲସୋ ହେଉଛି ଏକ ୫ ବର୍ଷୀୟ ଦାଚ୍‌ସହୁଣ୍ଡ ପ୍ରଜାତିର କୁକୁର। ତା’ର ଘର ଉତ୍ତର ଆୟର୍ଲାଣ୍ଡର ବେଲଫାଷ୍ଟରେ। ହେଲେ ଏବେ ସେ ସୋସିଆଲ୍‌ ମିଡିଆରେ ବେଶ୍‌ ଚର୍ଚ୍ଚିତ। କାରଣ ହାର୍ଲସୋ ନିଜ ମୁଣ୍ଡରେ ବିଭିନ୍ନ ଜିନିଷକୁ ସନ୍ତୁଳନ ରକ୍ଷାକରି ରଖିପାରୁଛି। ତାହା ପାଣିଭର୍ତ୍ତି ଗ୍ଲାସ୍‌ ହେଉ କି ଖେଳଣା ଅବା ଖାଦ୍ୟ ସାମଗ୍ରୀ, ସବୁ ଜିନିଷକୁ ସେ ବେଶ୍‌ ଆରାମରେ ନିଜର କୁନି ମୁଣ୍ଡରେ ଅନେକ ସମୟ ପର୍ଯ୍ୟନ୍ତ ରଖିପାରେ। ହାର୍ଲସୋର ଏହି ପ୍ରତିଭା ସମ୍ପର୍କରେ ତା’ ମାଲିକ ପଲ ଲାଭେରୀ ତିନିବର୍ଷ ପୂର୍ବେ ଜାଣିବାକୁ ପାଇଥିଲେ। ସେ ଯେବେ ତା’ ମୁଣ୍ଡରେ ଏକ ଖେଳଣା ରଖିଲେ ତାକୁ ସେ ଅନେକ ସମୟ ପର୍ଯ୍ୟନ୍ତ ନ ପକାଇ ଧରି ରଖିପାରିଥିଲା। ପରେ ଲାଭେରୀ ବିଭିନ୍ନ ପ୍ରକାରର ଜିନିଷ ହାର୍ଲସୋ ମୁଣ୍ଡରେ ରଖିଲେ। ଏବେ ହାର୍ଲସୋ ବାଲାନ୍ସର କିଙ୍ଗ ପାଲଟିଗଲାଣି। ଏହି ସମୟର ଫଟୋକୁ ମାଲିକ ଲାଭେରୀ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କଲେ। ଆଉ ଲୋକେ ଏହାକୁ ବେଶ୍‌ ପସନ୍ଦ କଲେ। ଏବେ ଇନ୍‌ଷ୍ଟାଗ୍ରାମରେ ହାର୍ଲସୋର ୧୪,୦୦୦ ଫଲୋୟର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri