କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ

କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ ପାନୀୟଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏପରି କି କେତେକ ପଞ୍ଚାୟତରେ ବର୍ଷ ବର୍ଷ ଧରି ଏହି ପ୍ରକଳ୍ପ କାମ ହୋଇପାରୁ ନ ଥିବାରୁ ବାଧ୍ୟହୋଇ ଲୋକେ କୂଅ, ପୋଖରୀର ଦୂଷିତ ପାଣିକୁ ପାନୀୟଜଳ ଭାବେ ବ୍ୟବହାର କରୁଛନ୍ତି। ପ୍ରକାଶ ଯେ, କୁଜଙ୍ଗ ବ୍ଲକ ହେଉଛି ଜଳକ୍ଲୀଷ୍ଟ ଅଞ୍ଚଳ। ଏହି ବ୍ଲକର ଅର୍ଦ୍ଧାଧିକ ପଞ୍ଚାୟତରେ ବିଶୁଦ୍ଧ ପାନୀୟଜଳ ଉପଲବ୍ଧ ହୋଇ ନ ଥାଏ। ତେଣୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ବ୍ଲକର ପୋତାନଈ ପଞ୍ଚାୟତର ଓକଲଠାରେ ୬୦ ଲକ୍ଷ, ନପଙ୍ଗଠାରେ ୮୫ ଲକ୍ଷ, ବଣିତୋଠାରେ ୫୯ ଲକ୍ଷ, ସିନିନ୍ଦାଠାରେ ୭୮ ଲକ୍ଷ, ଭରାଳୋଠାରେ ୬୦ ଲକ୍ଷ ଟଙ୍କାରେ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଶୁଭାରମ୍ଭ ହୋଇଥିଲା। ଏହି ସମସ୍ତ ସ୍ଥାନରେ ଏବେ ପ୍ରକଳ୍ପଗୁଡ଼ିକ ଅସମ୍ପୂର୍ଣ୍ଣ ଅବସ୍ଥାରେ ରହିଛି। ସମ୍ପୃକ୍ତ ଠିକାସଂସ୍ଥା ଉପରେ ବିଭାଗୀୟ ଯନ୍ତ୍ରୀଙ୍କ ନିୟନ୍ତ୍ରଣ ରହୁ ନ ଥିବାରୁ ମନଇଚ୍ଛା କାର୍ଯ୍ୟ ଚାଲିଥିବା ଓ ଅକାରଣରେ ବିଳମ୍ବ ହେଉଥିବା କୁହାଯାଉଛି। ଅନେକ ସ୍ଥାନରେ ଟାଙ୍କି ନିର୍ମାଣ ଶେଷ ହୋଇଥିବାବେଳେ ଅନ୍ୟ ଆନୁସଙ୍ଗିକ କାର୍ଯ୍ୟ ହୋଇପାରି ନାହିଁ। କେତେକ ସ୍ଥାନରେ ଭୂତଳ ପାଇପ ବିଛା ଯାଇଥିବାବେଳେ ଟାଙ୍କି ନିର୍ମାଣ ହୋଇ ନ ଥିବା ଜଣାପଡ଼ିଛି। ସେହିପରି କେତକ ପଞ୍ଚାୟତରେ ପମ୍ପ ହାଉସ ନିର୍ମାଣ ଶେଷ ହୋଇଥିବାବେଳେ ଓଭରହେଡ଼ ଟାଙ୍କି ନିର୍ମାଣ ଓ ମୁଖ୍ୟ ରାସ୍ତାରେ ପାଇପ୍‌ ବିଛା କାର୍ଯ୍ୟ ଚାଲୁ ରହିଛି। ଫଳରେ ଏହି ପଞ୍ଚାୟତର ଲୋକମାନେ ଦୂଷିତ ପୋଖରୀ ପାଣି ବ୍ୟବହାର କରୁଛନ୍ତି। ଏଥିପାଇଁ ସ୍ଥାନୀୟ ଅଞ୍ଚଳର ଯୁବ ସାମାଜିକ କର୍ମୀ ପ୍ରଦୀପ କୁମାର ମହାନ୍ତି ବିଭାଗୀୟ ସ୍ଥାଣୁତାକୁ ଦାୟୀ କରିଛନ୍ତି। ସରକାର କୋଟି କୋଟି ଟଙ୍କା ପ୍ରକଳ୍ପ ପାଇଁ ମଞ୍ଜୁର କରୁଥିବାବେଳେ ଠିକାଦାର କ’ଣ ପାଇଁ ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରୁ ନାହାନ୍ତି ତାହାର ତଦାରଖ କରାଯିବା ଆବଶ୍ୟକ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri