କୁଣ୍ଡଳୀ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା: ୨ ବନ କର୍ମଚାରୀ ସସ୍‌ପେଣ୍ଡ

ଆଠଗଡ଼,୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ଗତ ସୋମବାର କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର ୨ଜଣ ବନ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବାଘର ମୃତଦେହକୁ ଲୁଚାଇ ରଖିଥିବା ଅଭିଯୋଗ ହୋଇଥିବା ହେତୁ କର୍ମଚାରୀମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।