କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା ଓ ଦୌରାଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା ଅଭିଯୁକ୍ତ ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ଅର୍ଥ ଅନାଦେୟ ହେଲେ ଅଧିକ ୬ମାସ ଜେଲ୍‌ ଭୋଗିବାକୁ ପଡ଼ିବ। ଏଥିସହ ମୃତ କୁନିଙ୍କ ପରିବାରକୁ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ହୋଇଛି ବୋଲି ପବ୍ଲିକ ପ୍ରସିକ୍ୟୁଟର ନଳିନୀକାନ୍ତ ମହାରଣା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୨୦୧୪ ଏପ୍ରିଲ ୨୬ ତାରଖ ଅପରାହ୍ନ ୪.୩୦ରେ ଘରେ କେହି ନ ଥିବାବେଳେ କୁନି ପିନ୍ଧିଥିବା ସୁନା କାନଫୁଲ ଉପରେ ବଳରାମଙ୍କ ନଜର ପଡ଼ିଥିଲା। ସେତେବେଳେ କୁନି ରୋଷେଇ ଘରେ ଥିଲେ। ବଳରାମ କାନଫୁଲ ଛଡ଼ାଇବାକୁ ଚେଷ୍ଟା କରିବାରୁ କୁନି ଚିତ୍କାର କରିଥିଲେ। ତେଣୁ ବଳରାମ ଏକ ଠେଙ୍ଗାରେ ତାଙ୍କୁ ପିଟିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବଳରାମ ଘରୁ ଦୌଡ଼ି ପଳାଉଥିବାବେଳେ ତାଙ୍କ ଖୁଡ଼ି ଦେଖିଥିଲେ। ସଙ୍ଗେ ସଙ୍ଗେ କୁନିଙ୍କୁ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଡାକ୍ତର ରବୀନ୍ଦ୍ରନାଥ ପାଲଙ୍କ ଅଭିଯୋଗ କ୍ରମେ ବାଲିକୁଦା ଥାନାରେ ମାମଲା ନଂ.୭୪/୧୪ ରୁଜୁ ହୋଇଥିଲା। ଦୋଷୀ ବଳରାମଙ୍କ ପିତା ଗୋକୁଳ ପ୍ରଧାନଙ୍କ ସମେତ ୧୦ଜଣଙ୍କ ବୟାନକୁ ଭିତ୍ତି କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?