କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଦ୍ୱାରା ତଦନ୍ତ କରାଯିବ ବୋଲି ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି। ଏସ୍‌ଆଇଟିରେ ରାଜ୍ୟସ୍ତରୀୟ ଓ କେନ୍ଦ୍ର ଏଜେନ୍ସି ଅଧିକାରୀଙ୍କୁ ସାମିଲ କରିବା ଲାଗି ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି। ଭାଜପା ନେତା ଖାରବେଳ ସ୍ବାଇଁ ଏବଂ ପୀଡ଼ିତାଙ୍କ ମା’ ଓ ଭାଇଙ୍କ ଦ୍ୱାରା ହୋଇଥିବା ଆବେଦନ ଉପରେ ହାଇକୋର୍ଟ ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏସ୍‌ଆଇଟି ତଦନ୍ତ ପାଇଁ ଆବେଦନକାରୀ ୬ ଜଣଙ୍କ ନାମ ସୁପାରିସ କରିପାରିବେ ଓ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ହାଇକୋର୍ଟ ମନୋନୀତ କରିବେ। ଏହି ଟିମ୍‌ରେ ୨ ଜଣ କେନ୍ଦ୍ରୀୟ ଏଜେନ୍ସି ଅଧିକାରୀ ଓ ଜଣେ ରାଜ୍ୟ ଏଜେନ୍ସି ଅଧିକାରୀ ରହିବେ ବୋଲି ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୭ ଅକ୍ଟୋବର ୧୦ରେ ପୀଡ଼ିତା ସ୍କୁଲରୁ ଘରକୁ ଫେରୁଥିବା ବେଳେ ନିଛାଟିଆ ରାସ୍ତାରେ ତାଙ୍କୁ ଗଣବଳାତ୍କାର କରାଯାଇଥିଲା। ଅଭିଯୁକ୍ତମାନେ ଯବାନ ପୋଷାକ ପିନ୍ଧି ପୀଡ଼ିତାଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୁନ୍ଦୁଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୁସ୍ଥ ହେବା ପରେ ସେ ସୁଧାର ଗୃହକୁ ଫେରିଥିଲେ। ମାତ୍ର ପୁଣି ଥରେ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟିବାରୁ ତାଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସୁସ୍ଥ ହୋଇ ଘରକୁ ଫେରିବା ପରେ ସେ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କୁନ୍ଦୁଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri