କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରାଯିବା ପାଇଁ ସୋମବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି ଖଣ୍ଡପୀଠ ଅନୁଭବ କରି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଟିମ୍‌ରେ ୩ଟି ରେଞ୍ଜର ଡିଆଇଜି ରହିବେ। ଉକ୍ତ ଟିମ୍‌ ଆସନ୍ତା ଡିସେମ୍ବର ୧୬ ସୁଦ୍ଧା ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ ମୁଖ୍ୟ ବିଚାରପତି କେ.ଏସ୍‌.ଝାବେରୀ ଓ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଏସ୍‌ଆଇଟି ଗଠନ ଲାଗି କେତେଜଣ ଅଧିକାରୀଙ୍କ ନାମ ପ୍ରସ୍ତାବ ଦେବା ପାଇଁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଐର ଖାରବେଳ ସ୍ବାଇଁ ଏବଂ ପୀଡିତାଙ୍କ ମା’ଙ୍କ ପକ୍ଷରୁ ରୁଜୁ ମାମଲାର ଶୁଣାଣି କରି ଖଣ୍ଡପୀଠ ସୋମବାର ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, କୁନ୍ଦୁଲି ଗଣବଳାତ୍କାର ଓ ଆମତ୍ହତ୍ୟା ମାମଲାର ତଦନ୍ତ ପାଇଁ ସରକାର କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ। ଗତ ଅଗଷ୍ଟ ୨ରେ ଅନୁଷ୍ଠିତ ଶୁଣାଣିରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟ ଦାଖଲ କରିପାରି ନ ଥିବାବେଳେ ଏହାକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ସେପ୍ଟେମ୍ବର ୪ରେ ଶୁଣାଣିବେଳେ କ୍ରାଇମବ୍ରାଞ୍ଚ୍‌ ପକ୍ଷରୁ ସିଲ୍‌ଡ କଭରରେ ତଦନ୍ତ ରିପୋର୍ଟ ଦାଖଲ କରାଯାଇଥିଲା।
କୋରାପୁଟ ଜିଲା ପଟାଙ୍ଗୀ ଥାନା କୁନ୍ଦୁଲି ନିକଟ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ୨୦୧୭ ଅକ୍ଟୋବର ୧୦ରେ ଗଣବଳାତ୍କାର କରାଯାଇଥିଲା। ନବମ ଶ୍ରେଣୀରେ ପଢୁଥିବା ଏହି ନାବାଳିକାଙ୍କୁ ଯବାନଙ୍କ ଡ୍ରେସ୍‌ ପିନ୍ଧିଥିବା ୪ଜଣ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ତେବେ ଲୋକଲଜ୍ଜା ପାଇଁ ୨୦୧୮ ଜାନୁୟାରୀ ୨୨ରେ ପୀଡିତା ଆତ୍ମହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟରେ ଆନ୍ଦୋଳନ ହୋଇଥିଲା। ପରେ ରାଜ୍ୟ ସରକାର ଉକ୍ତ ଘଟଣାରେ ପ୍ରଥମେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ବିଚାର ବିଭାଗୀୟ ତଦନ୍ତ ପାଇଁ କମିଶନ ବସାଇଥିଲେ। ଏହି ଘଟଣାକୁ ନେଇ ହାଇକୋର୍ଟରେ ପ୍ରାୟ ୭ଟି ମାମଲା ରୁଜୁ ହୋଇଥିଲା। ସେଥିମଧ୍ୟରୁ ୪ଟି ମାମଲା ପ୍ରତ୍ୟାହାର ହୋଇଥିବାବେଳେ ଗୋଟିଏ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri