Posted inଜାତୀୟ

କୁମାରସ୍ବାମୀ ସରକାରଙ୍କ ସ୍ଥିତି ଟଳମଳ: ଗୁରୁବାର ଭାଗ୍ୟ ନିର୍ଦ୍ଧାରଣ

ବେଙ୍ଗାଲୁରୁ,୧୭।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଛି। କଂଗ୍ରେସ-ଜେଡିଏସ ମେଣ୍ଟର ୧୫ ବିଧାୟକ ଇସ୍ତଫା ଦେବାପରେ ରାଜନୀତି ଗୋଳିଆ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ଭାଗ୍ୟ ଏବେ ସୂତା ଖିଅରେ ଝୁଲୁଛି। ତେବେ ଗୁରୁବାର ସରକାର ରହିବ ନା ଭାଙ୍ଗିବ ତାହା ସ୍ପଷ୍ଟ ହୋଇଯିବ। କାରଣ ଗୁରୁବାର କୁମାରସ୍ବାମୀ ସରକାର ଆସ୍ଥା ଭୋଟର ସାମ୍ନା କରିବାକୁ ଯାଉଛନ୍ତି। ଏଭଳି ସ୍ଥିତିରେ ବିଦ୍ରୋହୀ ବିଧାୟକମାନେ ଆସ୍ଥା ଭୋଟରେ ଭାଗ ନେବେ ନାହିଁ ବୋଲି ସ୍ପଷ୍ଟ କରିସାରିଛନ୍ତି। ବିଦ୍ରୋହୀ ବିଧାୟକଙ୍କୁ ଆସ୍ଥା ଭୋଟରେ ସାମିଲ ହେବାକୁ ବାଧ୍ୟ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବୁଧବାର ରାୟ ଦେଇଛନ୍ତି। ଯଦି ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ଗୃହୀତ ହେବ ନାହିଁ ଏବଂ ସେମାନେ ଆସ୍ଥା ଭୋଟରେ ସାମିଲ ହେବେ ନାହିଁ, ତେବେ କୁମାରସ୍ବାମୀ ସରକାର ଭାଙ୍ଗିବା ସ୍ପଷ୍ଟ। ଅପରପକ୍ଷେ, ଯଦି ଉଭୟ ଗୋଷ୍ଠୀର ବିଧାୟକଙ୍କ ସଂଖ୍ୟା ଦେଖାଯାଏ, ତା’ହେଲେ ଭାଜପା ଗୃହରେ ସଂଖ୍ୟା ଗରିଷ୍ଠତା ଲାଭ କରିବ। କର୍ନାଟକ ଭାଜପା ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା କହିଛନ୍ତି, ତାଙ୍କ ପାଖରେ ଅଧିକ ବିଧାୟକଙ୍କ ସମର୍ଥନ ରହିଛି। ତେଣୁ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ଆଗରେ ଇସ୍ତଫା ଦେବା ଛଡ଼ା ଅନ୍ୟ ବିକଳ୍ପ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri