କୁର୍ନୁଲରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରିଲେ ୬୭୬ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ରୁ ୬୭୬ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୩୭, ବରଗଡର ୨୬, ବୌଦ୍ଧ, ଦେବଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାର ଜଣେ ଲେଖାଏ, କଳାହାଣ୍ଡି ଜିଲାର ୮୭, ନୟାଗଡର ୫, ନୂଆପଡାର ୧୩୫, ସମ୍ବଲପୁର ଜିଲାର ୧୫, ସୁବର୍ଣ୍ଣପୁର ଜିଲାର ୬୪, ଅନୁଗୋଳର ୩ ଜଣେ ସମୁଦାୟ ୬୭୬ ଜଣ ପ୍ରବାସୀ ଶ୍ରମିକ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ଓହ୍ଳାଇଥିଲେ। ସମସ୍ତ ପ୍ରବାସୀଙ୍କୁ ରେଳଷ୍ଟେଶନ ବାହାରେ ଥିବା କାଉଣ୍ଟରରେ ରେଜିଷ୍ଟ୍ରେଶନ୍‌ କରାଯାଇଥିଲା। ସମସ୍ତ ପ୍ରବାସୀଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ପରେ ସମସ୍ତଙ୍କୁ ଷ୍ଟାମ୍ପ ଲଗାଯାଇଥିଲା ା ପ୍ରବାସୀମାନଙ୍କ ପାଇଁ ସେଠାରେ ଖାଦ୍ୟ, ପାନୀୟ ବ୍ୟବସ୍ଥା କରାଯାଇଥିଲା। ସେଠାରୁ ବିଭିନ୍ନ ବସ୍‌ ଓ ଯାନବାହନରେ ପ୍ରବାସୀମାନଙ୍କ ବିଭିନ୍ନ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଜିଲାପାଳ ଅରିନ୍ଦମ ଡାକୁଆ, ଏସପି ସନ୍ଦୀପ ମାଡକର, ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ...

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ  ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ  ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି...

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri