Posted inଜାତୀୟ

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୮ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri