କୁଲଡ଼ିହାରେ ପକ୍ଷୀ ଗଣନା ଆରମ୍ଭ

ସଜନାଗଡ଼, ୪।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ବନ ବିଭାଗ ପକ୍ଷରୁ କୁଲଡିହା ଅଭୟାରଣ୍ୟରେ ପକ୍ଷୀଗଣନା ଆରମ୍ଭ ହୋଇଛି। ଅଭୟାରଣ୍ୟ ଭିତରେ ଥିବା ରିଷିଆ ଡ୍ୟାମ୍‌, ସିନ୍ଦୁଆ, ବୁଗାଳିବନ୍ଧ, ଖୁମ୍‌କୁଟ୍‌, ତେଣ୍ଡା ଅଞ୍ଚଳର ସାତଘାଟି ଡ୍ୟାମ୍‌ରେ ପକ୍ଷୀଗଣନା ପାଇଁ ୫ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ଶୁକ୍ରବାର କୁଲଡ଼ିହା ରେଞ୍ଜ୍‌ ଅଧିକାରୀ ବିଜୟ ମହାପାତ୍ର ମୁଖ୍ୟ କାର୍ଯ୍ୟ ନିର୍ବାହ କରୁଛନ୍ତି। ଫରେଷ୍ଟର ପରମାନନ୍ଦ ନାୟକ, ବିଜୟ କୁମାର ସାହୁ, ଉମାକାନ୍ତ ଜେନା ଏହି ଟିମ୍‌ର ନେତୃତ୍ୱ ନେଉଛନ୍ତି। ଏହାସହ ବନ କର୍ମଚାରୀ ପକ୍ଷୀଗଣନାରେ ସାମିଲ ହୋଇଛନ୍ତି। କୋହଲା ପାଗ ସମେତ ବର୍ଷା ସତ୍ତ୍ୱେ ପକ୍ଷୀଗଣନା ପୂର୍ବାହ୍ନ ୬ଟା ସମୟରେ ଆରମ୍ଭ ହୋଇଥିଲା। ରିଷିଆ ଡ୍ୟାମ୍‌ରେ ଡଙ୍ଗା ସାହାଯ୍ୟରେ ପକ୍ଷୀଗଣନା ହେଉଥିବାର ଦେଖିବାକୁ ମିଳିଥିଲା। ପକ୍ଷୀଙ୍କ ଭିତରେ ବଗ, ଶୁଆ, ଗେଣ୍ଡାଳିଆ, ହରଡ଼ଖାଇ, ମାଛରଙ୍କା, ସଲରୀ, କଜଳପାତି, ବୁଲ୍‌ବୁଲ୍‌, ଭଦଭଦଳିଆ ଆଦି ଦେଶୀ ପକ୍ଷୀ ରହିଥିବା ବେଳେ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀ କୁଲଡିହାରେ ରହିଥିବା ସୂଚନା ରହିଛି। ପକ୍ଷୀ ବିଶେଷଜ୍ଞ ରମାକାନ୍ତ ବିଶ୍ୱାଳ ଓ ତାଙ୍କର ୨ ସହଯୋଗୀ ଭୁବନେଶ୍ୱରରୁ ଆସି ପକ୍ଷୀଗଣନାରେ ସହଯୋଗ କରିଛନ୍ତି। ଅନୁରୂପ ଭାବେ ନୀଳଗିରି ବନ ବିଭାଗ ଅଧୀନ ପଦ୍ମତୋଳାରେ ନୀଳଗିରି ରେଞ୍ଜର ରୁଦ୍ରାନନ୍ଦ ବାରିକ୍‌ଙ୍କ ନେତୃତ୍ୱରେ ୩ ଫରେଷ୍ଟର, ଫରେଷ୍ଟଗାର୍ଡ଼, ସବୁଜବାହିନୀକୁ ନେଇ ପକ୍ଷୀଗଣନା ହେଉଛି। ଖବର ଲେଖିବା ପର୍ଯ୍ୟନ୍ତ ପକ୍ଷୀଗଣନାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇ ନ ଥିବାବେଳେ ବନବିଭାଗ ଶନିବାର ସମ୍ପୂର୍ଣ୍ଣ ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri