କୁଲାଡ଼ ଆନ୍ଧ୍ରବ୍ୟାଙ୍କରେ ଠକେଇ ନେଇ ଏତଲା

ଭଞ୍ଜନଗର,୧୪।୩(ଡି.ଏନ୍‌.ଏ.)

ବ୍ୟାଙ୍କ ଠକେଇ ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଜାତୀୟ ଓ ଘରୋଇ ବ୍ୟାଙ୍କ ଦେବାଳିଆ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ଆର୍ଥିକ ବୋଝ କମାଇବା ସହ ଅନ୍ୟାନ୍ୟ କାରଣରୁ ଆନ୍ଧ୍ର ବ୍ୟାଙ୍କ ସମେତ ୩ ବ୍ୟାଙ୍କକୁ ଏପ୍ରିଲ ମାସରେ ମିଶ୍ରଣ କରିବେ। ଏହାପୂର୍ବରୁ ଗଞ୍ଜାମ ଜିଲା କୁଲାଡ଼ ଆନ୍ଧ୍ର ବ୍ୟାଙ୍କ ନାମରେ ବିଗତ ୩ମାସ ହେବ ଗ୍ରାହକଙ୍କ ନାନା ସନ୍ଦେହ ଓ ଅଭିଯୋଗ ଆସୁଛି। ବ୍ୟାଙ୍କରେ ସୁନା ବନ୍ଧକରେ ପ୍ରାୟ ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ପ୍ରଚାର ହେଉଥିଲା। ଶେଷରେ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜଆଡୁ ଗୁରୁବାର ରାତିରେ ଭଞ୍ଜନଗର ଥାନାରେ ବନ୍ଧକ ରଖାଯାଇଥିବା ସୁନାରେ ଠକେଇ ହୋଇଥିବା ଅଭିଯୋଗ କରିଛନ୍ତି। ପୋଲିସ ମାମଲା (ନଂ.୪୫୦/୨୦) ରୁଜୁକରି ଗୁରୁବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ତଦନ୍ତ କରିଥିଲା। କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଣେ ସୁନା କାରିଗରଙ୍କ ବାସଭବନରୁ ଜବତ କରିଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି। ଏନେଇ ଥାନା ଅଧିକାରୀ ସୁଦୀପ୍ତ ସାହୁଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅଭିଯୋଗ ପ୍ରକାରେ ଘଟଣାର ତଦନ୍ତ ଚାଲିଛି। ବ୍ୟାଙ୍କରେ ବନ୍ଧକ ରଖାଯାଇଥିବା ସୁନା ସ୍ଥାନରେ ପିତ୍ତଳ ରଖାଯାଇଛି ନଚେତ କମ୍‌ କ୍ୟାରେଟ୍‌ ସୁନା ରଖାଯାଇ ୨୨ କ୍ୟାରେଟ ସୁନାର ଟଙ୍କା ଗ୍ରାହକ ନେଇଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି। ଏଥିରେ ବ୍ୟାଙ୍କ କର୍ମଚାରୀ ସମେତ ଅନେକ ବ୍ୟକ୍ତି ସମ୍ପୃକ୍ତ ଥିବା ପ୍ରଚାର ହେଉଛି। ଅଭିଯୋଗ ଆସିବା ପରେ ବନ୍ଧକ ସୁନା ଅଳଙ୍କାରକୁ ସିଲ୍‌ କରି ଦିଆଯାଇଥିବାବେଳେ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ବିଗତ କିଛିଦିନ ହେବ ବ୍ୟାଙ୍କ ଗସ୍ତରେ ଆସି ଘଟଣାର ବାରମ୍ବାର ତଦନ୍ତ ଚଳାଇଛନ୍ତି। ଏନେଇ କୁଲାଡ଼ ଆନ୍ଧ୍ରବ୍ୟାଙ୍କ ଶାଖା ପରିଚାଳକଙ୍କ ମତାମତ ନେବାପାଇଁ ଉଦ୍ୟମ କରାଯାଇଥିଲା କିନ୍ତୁ ସେ ତାଙ୍କ ମୋବାଇଲ ଫୋନ ଉଠାଇନଥିବାରୁ ମତାମତ ନିଆଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?