କୁଲାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ୮ ଶ୍ରେଣୀକୁ ୩ ଗୃହ

ବଅଁରପାଳ, ୬।୭(ଡି.ଏନ୍‌.ଏ) – ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଥିବା କୁଲାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘ ଦିନ ହେଲା ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଠାରୁ ଆରମ୍ଭ କରି ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବାରୁ ଶିକ୍ଷାନୁଷ୍ଠାନ ବହୁ ପଛକୁ ଚାଲିଯାଇଥିବା ନେଇ ଅଭିଭାବକ ତଥା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଗ୍ରାମବାସୀଙ୍କ କହିବା ମୁତାବକ, ୧୮୯୮ରେ ସେମାନଙ୍କ ଉଦ୍ୟମରେ ଏହି ବିଦ୍ୟାଳୟ ଗଢି ଉଠିଥିଲା। ପରେ ଏହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମାନ୍ୟତା ପାଇଥିଲା। ୧୨୧ ବର୍ଷର ପୁରୁଣା ଏହି ଶିକ୍ଷାନୁଷ୍ଠାନ ସରକାରଙ୍କ ଦ୍ୱାରା ପରିଚାଳିତ ହେଉଥିଲେ ହେଁ ଏଠାରେ ଶିକ୍ଷାଦାନର ମାନ ବୃଦ୍ଧି ପାଇଁ ଉଦ୍ୟମ ହେଉନାହିଁ। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ୧୧୯ ଛାତ୍ରୀଛାତ୍ର ଏଠାରେ ପାଠ ପଢୁଥିଲେ ହେଁ ସେମାନଙ୍କ ପାଇଁ ଆବଶ୍ୟକ ଶ୍ରେଣୀଗୃହ ନାହିଁ। ୮ଟି ଶ୍ରେଣୀ ପାଇଁ ମୋଟ ୩ଟି କୋଠରି ଥିବାରୁ ପାଠପଢାରେ ଅସୁବିଧା ହେଉଛି। ଏପରିକି ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଗୋଟିଏ କୋଠରିରେ ବସୁଛନ୍ତି। ସେହିପରି ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ପିଲାମାନଙ୍କୁୁ ଗୋଟିଏ ଏବଂ ସପ୍ତମ ଓ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଗୋଟିଏ ଶ୍ରେଣୀଗୃହରେ ଶିକ୍ଷାଦାନ କରାଯାଉଛି। ବିଦ୍ୟାଳୟର ଅନ୍ୟ କୋଠରିଗୁଡ଼ିକ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ସେଗୁଡିକର ମରାମତି କରାଯାଉନାହିଁ। ଅନ୍ୟପକ୍ଷରେ ୮ଟି ଶ୍ରେଣୀ ପାଇଁ ମାତ୍ର ୬ ଜଣ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି। ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ମଧ୍ୟ ଦୀର୍ଘ ଦିନ ହେଲା ଖାଲି ପଡିଛି। ବିଦ୍ୟାଳୟର ନିଜସ୍ବ ଖେଳ ପଡ଼ିଆ ନ ଥିବାରୁ ଛାତ୍ରୀଛାତ୍ର ଖେଳକୁଦ କରିପାରୁନାହାନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହି ଅବହେଳିତ ବିଦ୍ୟାଳୟ ପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱରେ ଥିବା କଳ୍ପନା ମଞ୍ଜରୀ ମହାପାତ୍ର କହିଛନ୍ତି, ଶ୍ରେଣୀଗୃହର ଘୋର ଅଭାବ ରହିଛି। ଘର ଅଭାବରୁ ୩ଟି କୋଠରିରେ ସମସ୍ତ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବାରେ ଅସୁବିଧା ହେଉଛି। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ଲଳିତ ମୋହନ ସାହୁ କୁହନ୍ତି, ଅଳ୍ପ ଦିନ ତଳେ ସ୍କୁଲ ପରିଦର୍ଶନରେ ଯାଇଥିଲି। ଶ୍ରେଣୀ ଘରଗୁଡିକ ଭାଙ୍ଗି ରୁଜି ଯାଇଛି। ନାଲ୍‌କୋ ପାରିପାର୍ଶ୍ୱିକ ଅଞ୍ଚଳ ହୋଇଥିବାରୁ ସ୍କୁଲର ନୂତନ ବିଲ୍ଡିଂ ନିର୍ମାଣ ପାଇଁ ନାଲ୍‌କୋ କର୍ତ୍ତୃପକ୍ଷକୁ ପ୍ରସ୍ତାବ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri