କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହେବ। କଲେଜ ଖୋଲିବା ମାତ୍ରେ ଅଧ୍ୟାପକ ପଦବୀ ପୂରଣ ପ୍ରକ୍ରିୟା ଆରମ୍ଭ କରାଯିବ। କେଉଁ ବିଶ୍ୱବିଦ୍ୟାଳୟ ଓ କଲେଜରେ କେଉଁ କେଉଁ ପଦବୀ କେତେ ସଂଖ୍ୟକ ଖାଲି ପଡ଼ିଛି, ତା’ର ତାଲିକା ପ୍ରସ୍ତୁତ କରି ୭ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ରିପୋର୍ଟ ଦେବାକୁ ବିଶ୍ୱବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଚଳିତ ଶିକ୍ଷାବର୍ଷଠାରୁ ଓଡ଼ିଶାରେ ଅଣ୍ଡର ଗ୍ରାଜୁଏଟ କଲେଜଗୁଡ଼ିକରେ ଏକକ ସିଲାବସ୍‌ ଲାଗୁ ହେବା ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସେହିପରି ବିଦ୍ୟାର୍ଥୀ ତଥା ଅଧ୍ୟାପକମାନଙ୍କ ନିୟମିତ ଉପସ୍ଥାନକୁ ସୁନିଶ୍ଚିତ କରିବା ନିମନ୍ତେ ମଧ୍ୟ ମନ୍ତ୍ରୀ କୁଳପତିମାନଙ୍କୁ ପରାମର୍ଶ ଦେଇଥିଲେ।
ରାଜ୍ୟ ଉଚ୍ଚଶିକ୍ଷା ପରିଷଦର କାର୍ଯ୍ୟ, ଚଳିତ ଶିକ୍ଷା ବ୍ୟବସ୍ଥାର ଉନ୍ନତୀକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନବୃଦ୍ଧି ନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯାଇପାରିବ, ସେ ସମ୍ପର୍କରେ ଉପସ୍ଥିତ ରାଜ୍ୟର ୧୧ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ। କୁଳପତିମାନଙ୍କଠାରୁ ସେମାନଙ୍କ ପରାମର୍ଶ ଏବଂ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ସମସ୍ୟାଗୁଡ଼ିକର ଯଥାଶୀଘ୍ର ସମାଧାନ କରି ବିଶ୍ୱବିଦ୍ୟାଳୟର ଶୈକ୍ଷିକ ବାତାବରଣକୁ ଉନ୍ନତ କରିବା ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ଶିକ୍ଷାଦାନ ପ୍ରକ୍ରିୟାକୁ ବିଶ୍ୱସ୍ତରୀୟ କରିବା ସହିତ ଗବେଷଣାକୁ ପ୍ରୋତ୍ସାହନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଅନୁପ୍ରବେଶକୁ ଆଦୌ ପ୍ରଶୟ ଦିଆଯିବ ନାହିଁ ବୋଲି ମନ୍ତ୍ରୀ ବୈଠକରେ ସ୍ପଷ୍ଟ ଭାବେ ଜଣାଇଥିଲେ। ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ସାଧାରଣ ପ୍ରବେଶ ପରୀକ୍ଷା, ସ୍ନାତକ ସ୍ତରରେ ଏକକ ସିଲାବସ୍‌ ପ୍ରଚଳନ, ସ୍ନାତକ ଏବଂ ସ୍ନାତକୋତ୍ତର/ସ୍ବୟଂଶାସିତ ସ୍ତରରେ ଅନୁଷ୍ଠିତ ପରୀକ୍ଷାରେ ସୁଧାର ଆଣିବା, ଫଳ ପ୍ରକାଶନ ଠିକ୍‌ ସମୟରେ କରିବା ଓ ସ୍ନାତକଧାରୀଙ୍କୁ ନିର୍ଦ୍ଧାରିତ ସମୟରେ ସାର୍ଟିଫିକେଟ୍‌ ପ୍ରଦାନ କରିବା ଉପରେ ମଧ୍ୟ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏହି ଉଚ୍ଚସ୍ତରୀୟ ବୈଠକରେ ବିଭାଗୀୟ ଶାସନ ସଚିବ ଶାଶ୍ୱତ ମିଶ୍ର ଉଚ୍ଚଶିକ୍ଷାରେ ଗୁଣାତ୍ମକ ବିକାଶ ଓ ସଂସ୍କାର ଆଣିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ପ୍ରତ୍ୟେକ ମହାବିଦ୍ୟାଳୟ ନାକ୍‌ ମାନ୍ୟତା ଲାଭ କରିବା ନିମନ୍ତେ ପ୍ରାଥମିକତା ଦେବାକୁ ପରାମର୍ଶ ଦେଇଥିଲେ। ପରିଷଦ ସଦସ୍ୟ ସଚିବ କୃପାସିନ୍ଧୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri