କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହେବ। କଲେଜ ଖୋଲିବା ମାତ୍ରେ ଅଧ୍ୟାପକ ପଦବୀ ପୂରଣ ପ୍ରକ୍ରିୟା ଆରମ୍ଭ କରାଯିବ। କେଉଁ ବିଶ୍ୱବିଦ୍ୟାଳୟ ଓ କଲେଜରେ କେଉଁ କେଉଁ ପଦବୀ କେତେ ସଂଖ୍ୟକ ଖାଲି ପଡ଼ିଛି, ତା’ର ତାଲିକା ପ୍ରସ୍ତୁତ କରି ୭ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ରିପୋର୍ଟ ଦେବାକୁ ବିଶ୍ୱବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଚଳିତ ଶିକ୍ଷାବର୍ଷଠାରୁ ଓଡ଼ିଶାରେ ଅଣ୍ଡର ଗ୍ରାଜୁଏଟ କଲେଜଗୁଡ଼ିକରେ ଏକକ ସିଲାବସ୍‌ ଲାଗୁ ହେବା ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସେହିପରି ବିଦ୍ୟାର୍ଥୀ ତଥା ଅଧ୍ୟାପକମାନଙ୍କ ନିୟମିତ ଉପସ୍ଥାନକୁ ସୁନିଶ୍ଚିତ କରିବା ନିମନ୍ତେ ମଧ୍ୟ ମନ୍ତ୍ରୀ କୁଳପତିମାନଙ୍କୁ ପରାମର୍ଶ ଦେଇଥିଲେ।
ରାଜ୍ୟ ଉଚ୍ଚଶିକ୍ଷା ପରିଷଦର କାର୍ଯ୍ୟ, ଚଳିତ ଶିକ୍ଷା ବ୍ୟବସ୍ଥାର ଉନ୍ନତୀକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନବୃଦ୍ଧି ନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯାଇପାରିବ, ସେ ସମ୍ପର୍କରେ ଉପସ୍ଥିତ ରାଜ୍ୟର ୧୧ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ। କୁଳପତିମାନଙ୍କଠାରୁ ସେମାନଙ୍କ ପରାମର୍ଶ ଏବଂ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ସମସ୍ୟାଗୁଡ଼ିକର ଯଥାଶୀଘ୍ର ସମାଧାନ କରି ବିଶ୍ୱବିଦ୍ୟାଳୟର ଶୈକ୍ଷିକ ବାତାବରଣକୁ ଉନ୍ନତ କରିବା ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ଶିକ୍ଷାଦାନ ପ୍ରକ୍ରିୟାକୁ ବିଶ୍ୱସ୍ତରୀୟ କରିବା ସହିତ ଗବେଷଣାକୁ ପ୍ରୋତ୍ସାହନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଅନୁପ୍ରବେଶକୁ ଆଦୌ ପ୍ରଶୟ ଦିଆଯିବ ନାହିଁ ବୋଲି ମନ୍ତ୍ରୀ ବୈଠକରେ ସ୍ପଷ୍ଟ ଭାବେ ଜଣାଇଥିଲେ। ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ସାଧାରଣ ପ୍ରବେଶ ପରୀକ୍ଷା, ସ୍ନାତକ ସ୍ତରରେ ଏକକ ସିଲାବସ୍‌ ପ୍ରଚଳନ, ସ୍ନାତକ ଏବଂ ସ୍ନାତକୋତ୍ତର/ସ୍ବୟଂଶାସିତ ସ୍ତରରେ ଅନୁଷ୍ଠିତ ପରୀକ୍ଷାରେ ସୁଧାର ଆଣିବା, ଫଳ ପ୍ରକାଶନ ଠିକ୍‌ ସମୟରେ କରିବା ଓ ସ୍ନାତକଧାରୀଙ୍କୁ ନିର୍ଦ୍ଧାରିତ ସମୟରେ ସାର୍ଟିଫିକେଟ୍‌ ପ୍ରଦାନ କରିବା ଉପରେ ମଧ୍ୟ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏହି ଉଚ୍ଚସ୍ତରୀୟ ବୈଠକରେ ବିଭାଗୀୟ ଶାସନ ସଚିବ ଶାଶ୍ୱତ ମିଶ୍ର ଉଚ୍ଚଶିକ୍ଷାରେ ଗୁଣାତ୍ମକ ବିକାଶ ଓ ସଂସ୍କାର ଆଣିବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ପ୍ରତ୍ୟେକ ମହାବିଦ୍ୟାଳୟ ନାକ୍‌ ମାନ୍ୟତା ଲାଭ କରିବା ନିମନ୍ତେ ପ୍ରାଥମିକତା ଦେବାକୁ ପରାମର୍ଶ ଦେଇଥିଲେ। ପରିଷଦ ସଦସ୍ୟ ସଚିବ କୃପାସିନ୍ଧୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri