କୁଳଭୂଷଣଙ୍କ ଉପରେ ଦିଆଯାଇଥିବା ରାୟକୁ ସ୍ବାଗତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ, ୧୮।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି। ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ନାମରେ ଗୁଇନ୍ଦାଗିରି ଏବଂ ଆତଙ୍କବାଦ ଆଦି ଅଭିଯୋଗ ଆଣି ପାକିସ୍ତାନୀ ସାମରିକ କୋର୍ଟ ତାଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ ହେଁ ଆଇସିଜେ ଏଥିରେ ରୋକ ଲଗାଇଛନ୍ତି। ଏହି ରାୟକୁ ସ୍ବାଗତ କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ସେ ଟୁଇଟ କରି କହିଛନ୍ତି, କୁଳଭୂଷଣ ଯାଦବଙ୍କ ଛାଡିବା କିମ୍ବା ଭାରତକୁ ହସ୍ତାନ୍ତର କରିବା ନେଇ କୋର୍ଟ କିଛି କହିନାହାନ୍ତି। ପାକିସ୍ତାନ ଆଗକୁ ନ୍ୟାୟ ଅନୁଯାୟୀ କାର୍ଯ୍ୟ କରିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାରତର ପୂର୍ବତନ ନୌସେନାଧିକାରୀ କୁଳଭୂଷଣଙ୍କୁ ଅପହରଣ କରି ପାକିସ୍ତାନ ନେଇଯାଇଥିବା ଭାରତ ଅଭିଯୋଗ କରିଥିବାବେଳେ ବେଲୁଚିସ୍ତାନରୁ ତାଙ୍କୁ ଗୁପ୍ତଚର କାର୍ଯ୍ୟ ଲାଗି ଗିରଫ କରାଯାଇଥିବା ପାକିସ୍ତାନ କହୁଛି। ଆତଙ୍କବାଦ ସହ ଯୋଡ଼ି ପାକ୍‌ ସେନା ଅଦାଲତ କୁଳଭୂଷଣଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଥିବାବେଳେ ଏନେଇ ଭାରତ ଆଇସିଜେରେ ଆବେଦନ କରିବାରୁ କୁଳଭୂଷଣଙ୍କ ମୃତ୍ୟୁଦଣ୍ଡ ଉପରେ ରହିତାଦେଶ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri