କୁସଂସ୍କାର ଦୂରୀକରଣ ଉପରେ ଗୁରୁତ୍ୱ

ମୁରିବାହାଲ,୨।୮(ଡି.ଏନ.ଏ.)- ବଲାଙ୍ଗୀର ଜିଲା ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଗତ ୩୧ତାରିଖଠାରୁ ଆରମ୍ଭ ହୋଇଥିବା ସାମାଜିକ ଏବଂ ଆଧ୍ୟାତ୍ମିକ ସଚେତନା ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଧନ୍ଦାମୂଳକ ଶିକ୍ଷାର ଏକ ଅଂଶ ଭାବେ ପରିଚିତ ଆଧ୍ୟାତ୍ମିକ ସଚେତନା କର୍ମଶାଳା କେନ୍ଦ୍ରାପଡା ହରିହରନନ୍ଦ ମାତୃ ଆଶ୍ରମ ଦ୍ୱାରା ଆୟୋଜିତ ହୋଇଥିଲା। ଏଥିରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୦୦ଜଣ ଛାତ୍ରୀ ଅଂଶଗ୍ରହଣ କରିଥିଲେ। ପ୍ରଧାନ ଶିକ୍ଷକ ପୀତବାସ ସାହୁ, ବିଜ୍ଞାନ ଶିକ୍ଷକ ରାଜକୁମାର ଭୋଇ ଓ ଓଷ୍ଟା ସଂଘ ଜିଲା ଉପସଭାପତି ପ୍ରଦୀପ ପୁଟେଲ ପ୍ରମୁଖ ଯୋଗଦେଇ ଶିବିରର ଉଦ୍‌ଘାଟନ କରିଥିଲେ। ଏଥିରେ କେନ୍ଦ୍ରାପଡ଼ା ହରିହରନନ୍ଦ ମାତୃ ଆଶ୍ରମର ସନ୍ୟାସିନୀ ସରଦାନନ୍ଦ ମା, ଜ୍ଞାନସ୍ବରୂପା ମା, ଗିରିଜାନନ୍ଦ ମା ଓ ବ୍ରହ୍ମଚାରିଣୀ ଝରଣା ମା ପ୍ରମୁଖ ଯୋଗଦେଇ ଉତ୍ତମ ଚରିତ୍ର ଗଠନ, କୁମାରୀର ପବିତ୍ରତା, ଯୋଗାସନ ଦ୍ୱାରା ଶରୀରର ବିକାଶ, ଭଗବତ ଗୀତା ପଠନ, ଆଧ୍ୟାତ୍ମିକ ଚିନ୍ତା, ସମାଜରେ କୁସଂସ୍କାର ଦୂରୀକରଣ ଉପରେ ଛାତ୍ରୀମାନଙ୍କୁ ସଚେତନ କରିଥିଲେ। ଉଦ୍‌ଯାପନୀ ସମାରୋହରେ ଶିକ୍ଷୟିତ୍ରୀ ରଶ୍ମିଲତା ପାତ୍ର, ହେମାଙ୍ଗିନୀ ମେହେର, କିଶୋର ମହାନ୍ତି, ଆନନ୍ଦ ପ୍ରସାଦ ମୁଟକିଆ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri