କୁସୁମୀ ସେତୁ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ : ବିଭାଗୀୟ କର୍ତ୍ତୃପକ୍ଷଙ୍କ ନୀରବ ନେଇ ଅସନ୍ତୋଷ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦସା ଗ୍ରାମ ନିକଟସ୍ଥ ରାଣୀଛେଲି ପଞ୍ଚାୟତସ୍ଥ କଳପଙ୍ଗୀ ଗ୍ରାମକୁ ସଂଯୋଗ କରୁଥିବା କୁସୁମୀ ନଦୀ ଉପରେ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ ନେଇ ଅଭିଯୋଗ ହେଉଛି। ଏ ନେଇ ବାରମ୍ବାର ଦାବି ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ ନ କରିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ବିଜୁ ସେତୁ ଯୋଜନାରେ ଏହି ନଦୀ ଉପରେ ସେତୁ ନିର୍ମାଣ ନିମନ୍ତେ ଅନୁଦାନ ଅର୍ଥ ମଞ୍ଜୁର ହୋଇ ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ତ୍ତୃପକ୍ଷଙ୍କ ତତ୍ତ୍ୱାବଧାନରେ ସେତୁର ନିର୍ମାଣ କାର୍ଯ୍ୟ ଗତ ୨ବର୍ଷ ପୂର୍ବରୁ ସରିଛି । ତେବେ ସେତୁର ଉଭୟ ପାର୍ଶ୍ୱ ଆପ୍ରୋଚ ରାସ୍ତା ନିର୍ମାଣ କାଯର୍ର୍ର୍‌ୟ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି । କେତେକାଂଶରେ ଗାର୍ଡୱାଲ ନିର୍ମାଣ କାର୍ଯ୍ୟ ଓ ମାଟି ପ୍ୟାଙ୍କିଂ କାମ ମଧ୍ୟ ଶେଷ ହୋଇଯାଇଛି। ମାତ୍ର ଆପ୍ରୋଚ ରାସ୍ତାଟି ସିମେଣ୍ଟ କଂକ୍ରିଟ୍‌ କିମ୍ବା ପିଚୁ ହୋଇ ନ ଥିବାରୁ ବର୍ଷାରେ ମାଟି ଧୋଇ ହୋଇ ଯାତାୟାତକାରୀଙ୍କ ପାଇଁ ବିପଜ୍ଜନକ ପାଲଟିଛି । ଦାୟିତ୍ୱରେ ଥିବା ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲ ଯୋଗୁ ଅଯଥା ବିଳମ୍ବ ହେଉଥିବା ଅଭିଯୋଗ ହେଉଛି । ବର୍ଷାଋତୁ ପୂର୍ବରୁ କୁସୁମୀ ସେତୁର ଉଭୟ ପାର୍ଶ୍ୱ ଆପ୍ରୋଚ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ବୋଦସା, ରାଣୀଛେଲି ପଞ୍ଚାୟତ ସମେତ ଆଖପାଖ ଅଞ୍ଚଳର ଜନସାଧାରଣ ଦାବି କରିଛନ୍ତି ା ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ନାରାୟଣ ସେଠୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଜମି ଅଧିଗ୍ରହଣରେ ବିଳମ୍ବ ଯୋଗୁ ନିର୍ମାଣ କାର୍ଯ୍ୟ ଆଗେଇ ପାରୁ ନ ଥିବା ସେ କହିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି ବୋଲି ସେଠୀ କହିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ମୁଖ୍ୟଯନ୍ତ୍ରୀ ଓ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେବାକୁ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?