କୂଅରେ ଗଲା ମା’ପୁଅଙ୍କ ଜୀବନ

ପରଜଙ୍ଗ, ୫।୫(ଡି.ଏନ.ଏ.)

ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା କରିବାକୁ ଜୀବନକୁ ବାଜି ଲଗାଇ ସେ ଡେଇଁପଡ଼ିଲେ କୂଅ ଭିତରକୁ। ହେଲେ ମୃତ୍ୟୁର ଗର୍ତ୍ତରୁ ପୁଅକୁ ତ ବଞ୍ଚାଇ ପାରିଲେନି, ଓଲଟି ନିଜେ ଛନ୍ଦି ହୋଇଗଲେ ମୃତ୍ୟୁଫାଶରେ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ତୋରଡ଼ାନାଳୀ ଗ୍ରାମରେ ସୋମବାର ଘଟିଛି ଏପରି ଅଭାବନୀୟ ଘଟଣା।
ତୋରଡ଼ାନାଳୀ ଗ୍ରାମର ଜୟନ୍ତୀ ସାହୁ ଡିହଡୋଳ ଗ୍ରାମର ନବକିଶୋର ସାହୁଙ୍କୁ ବିବାହ କରିଥିଲେ। ତେବେ କ୍ୟାନ୍‌ସର ପୀଡ଼ିତା ମା’ଙ୍କ ସେବା କରିବାକୁ ଜୟନ୍ତୀ ସ୍ବାମୀ, ପୁଅ ପ୍ରିନ୍ସଙ୍କ ସହ ୨ମାସ ହେଲା ବାପଘରେ ରହୁଥିଲେ। ସୋମବାର ପୂର୍ବାହ୍ନ ୯ଟାରେ ଜୟନ୍ତୀ ଘର ପାଖରେ ଥିବା କୂଅକୁ ଲୁଗା ସଫା କରିବାକୁ ଯାଇଥିଲେ। ସାଙ୍ଗରେ ପ୍ରିନ୍ସ ମଧ୍ୟ ଥିଲେ। ଅସାବଧାନତାବଶତଃ ପୁଅ କୂଅରେ ଖସି ପଡ଼ିଥିଲେ। ଶିଶୁକୁ ବଞ୍ଚାଇବାକୁ ଯାଇ ଜୟନ୍ତୀ ମଧ୍ୟ କୂଅକୁ ଡେଇଁ ପଡ଼ିଥିଲେ। ତେବେ ଅଧିକ ପାଣି ଥିବାରୁ ଉଭୟ ମା’, ପୁଅ ବୁଡ଼ି ଯାଇଥିଲେ। ଦୁହେଁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଏହି ସମୟରେ ପ୍ରିନ୍ସଙ୍କ ମୃତଦେହ କୂଅରେ ଭାସୁଥିଲା। ଜୟନ୍ତୀ ଗଭୀର ପାଣି ଭିତରକୁ ଚାଲିଯାଇଥିବାରୁ ସେ ବୁଡ଼ିଯାଇଥିବା ଜଣାପଡ଼ି ନ ଥିଲା। ନବକିଶୋର ଶିଶୁକୁ ଉଦ୍ଧାର କରି ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଜୟନ୍ତୀଙ୍କୁ ମଧ୍ୟ ଉଦ୍ଧାର କରି ଡାକ୍ତରଖାନାକୁ ଅଣାଯାଇଥିଲା। ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଚଳିତବର୍ଷ କିଛିଦିନ ବ୍ୟବଧାନରେ ନବକିଶୋରଙ୍କ ମା’ବାପାଙ୍କୁ ହରାଇଥିଲେ। ଏବେ ସ୍ତ୍ରୀ ଏବଂ ପୁଅଙ୍କ ମୃତ୍ୟୁରେ ସେ ଭାଙ୍ଗିପଡ଼ିଛନ୍ତି।
ଥାନାଧିକାରୀ ସନ୍ତୋଷ ପ୍ରଧାନ, ମହାବିରୋଡ଼ ଫାଣ୍ଡି ଅଧିକାରୀ ସରୋଜ ସେଠୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଏ ନେଇ ନଂ.୧୦/୨୦ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri