କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ ପ୍ରଧାନ ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
କୈଳାସ, ପ୍ରଦୀପ ଓ ବାବୁ ଶନିବାର ସନ୍ଧ୍ୟାରେ କୂଅ ସଫା କରିବାକୁ ଭିତରକୁ ପଶିଥିଲେ। ମାତ୍ର ସେମାନେ ଆଉ ବାହାରକୁ ବାହାରି ପାରି ନ ଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ୩ଜଣଙ୍କୁ ଉଦ୍ଧାର କରି ଜଗନ୍ନାଥପ୍ରସାଦ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅଶୋକ କୁମାର ସାବତ କୈଳାସ ଓ ପ୍ରଦୀପଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ବାବୁଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ଯୁବରାଜ ସ୍ବାଇଁ ପହଞ୍ଚତ୍ ମୃତଦେହ ଜବତ କରିଛନ୍ତି। ଜଗନ୍ନାଥ ପ୍ରସାଦ ତହସିଲଦାର ବାସୁଦେବ ପାଣ୍ଡେ ଓ ଅତିରିକ୍ତ ତହସିଲଦାର ବାରିଆଲ ମୁର୍ମୁ, କାଦୁଆ ରାଜସ୍ବ ନିରୀକ୍ଷକ ସୀମାଞ୍ଚଳ ମଲ୍ଲିକ ରାତିରେ ଗଁାରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ୧୦ ହଜାରଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri