କୂଆଖାଇ ପଠାରେ ବ୍ରାଉନସୁଗାର ବେପାର

ଭୁବନେଶ୍ୱର,୧୪।୨(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ୍‌ ପରେ ବ୍ରାଉନସୁଗାର ମାଫିଆମାନେ ସେମାନଙ୍କ କାରବାରର ତରିକା ବଦଳାଇଛନ୍ତି। ପୁରୁଣା ସ୍ଥାନ ଛାଡ଼ି ନୂଆ ନିଛାଟିଆ ସ୍ଥାନରେ ବେପାର ଜମାଇଛନ୍ତି। ବାରମ୍ବାର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ରାଜଧାନୀରେ ଏହି ବେଆଇନ କାରବାରକୁ ବନ୍ଦ କରିପାରୁନି ପୋଲିସ। କୂଆଖାଇ ନଦୀ ପଠାରେ ଚାଲୁଛି ବ୍ରାଉନସୁଗାର ବେପାର। ଖବର ପହଞ୍ଚତ୍ବା ପରେ କମିଶନରେଟ ପୋଲିସ ପଦକ୍ଷେପ ଆରମ୍ଭ କରିଛି। ଗୁରୁବାର କୂଆଖାଇ ପଠାରେ ବ୍ରାଉନସୁଗାର ବିକ୍ରି ଚାଲିଥିବାବେଳେ ମଞ୍ଚେଶ୍ୱର ଥାନା ପୋଲିସ ଚଢ଼ାଉ କରି ସେଠାରୁ ୯.୫ ଗ୍ରାମ ବ୍ରାଉନସୁଗାର ସହ ଏକ ସ୍କୁଟି ଜବତ କରିଛି। ତେବେ ଖସି ପଳାଉଥିବା ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିଛି। ସେ ହେଲେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳର ବିନୋଦ କୁମାର ସେଠୀ। ଏ ନେଇ ପୋଲିସ ଏକ ମାମଲା (ନଂ. ୬୭/୨୦) ରୁଜୁ କରି ଅଭିଯୁକ୍ତଙ୍କୁ ପଚରାଉଚରା ପରେ କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ବିନୋଦ ବାଲିଅନ୍ତା ଥାନା ଅନ୍ତର୍ଗତ ନଖରା ଓମ୍‌ଫେଡ ଛକ ନିକଟରେ ଏକ ଘର ଭଡା ନେଇ ରହିବା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ସ୍କୁଟିରେ ବୁଲି ବ୍ରାଉନସୁଗାର ବିକ୍ରି କରନ୍ତି। ପୋଲିସ ନଜରରୁ ବର୍ତ୍ତିବା ପାଇଁ ସେ ବାରମ୍ବାର ସ୍ଥାନ ପରିବର୍ତ୍ତନ କରି ବେପାର ଚଳାଇଥିଲେ। ମଞ୍ଚେଶ୍ୱର ଥାନା ଅଧିକାରୀ ଯତୀନ୍ଦ୍ର ନାଥ ସେଠୀଙ୍କ ନିକଟରେ ଖବର ପହଞ୍ଚତ୍ବା ପରେ ଏସ୍‌ଆଇ ଷ୍ଟାଲିନ ବିଶ୍ୱାଳଙ୍କ ନେତୃତ୍ୱରେ ଏକ ଟିମ କୁଆଖାଇ ପଠାରେ ଚଢାଉ କରିଥିଲା। ତେବେ ବିନୋଦ ଧରାପଡିଥିଲେ ମଧ୍ୟ କେତେଜଣ ବ୍ରାଉନସୁଗାର ସେବନକାରୀ ଖସି ପଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri