Posted inଜାତୀୟ

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ ବିବାଦର ସୂତ୍ରପାତ ଘଟିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନୀରବତା ଅବଲମ୍ବନ କରୁଛନ୍ତି। ଇତିମଧ୍ୟରେ ୪୪ ଦିନ ବିତି ଯାଇଥିଲେ ବି ପ୍ରଧାନମନ୍ତ୍ରୀ ମୋଦି ଅବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଧ୍ୟ କେହି ଏହି ପ୍ରସଙ୍ଗରେ ମୁହଁ ଖୋଲି ନାହାଁନ୍ତି। ସେମାନଙ୍କ ନୀରବତାକୁ ବିରୋଧୀ ଦଳ ପକ୍ଷରୁ କୂଟନୀତି ନୁହେଁ ମୂକନୀତି ବୋଲି କୁହାଯାଉଛି। ଜୟଶଙ୍କର ମେ ୫ଠାରୁ ୭୫ରୁ ଅଧିକ ଥର ଟୁଇଟ୍‌ କରିଛନ୍ତି। କିନ୍ତୁ କେବେ ମଧ୍ୟ ଭାରତ ଚାଇନା ମଧ୍ୟରେ ବୃଦ୍ଧି ପାଉଥିବା ସୀମା ବିବାଦ ଉପରେ କୌଣସି କଥା ଉଲ୍ଲେଖ କରି ନାହାଁନ୍ତି। ଏନେଇ ବହିର୍ବ୍ୟାପାର ବିଶେଷଜ୍ଞ ହର୍ଷ ବି. ପନ୍ତ କହିଛନ୍ତି ଯେ, ଏହା ପ୍ରଥମ ଥର ନୁହେଁ। ପୂର୍ବରୁ ମଧ୍ୟ ଏଭଳି ବହୁଥର ଘଟିଛି। ସେ ନୀରବ ରହିଛନ୍ତି। କିନ୍ତୁ ଡୋକଲାମ ପ୍ରସଙ୍ଗରେ ତତ୍‌କାଳୀନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସଂସଦରେ ସୂଚନା ଦେଇଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri