କୃମି ଔଷଧ ଖାଇ ୩୬ ଶିଶୁ ଅସୁସ୍ଥ ହେବା ଘଟଣା ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : କେନ୍ଦ୍ରାପଡା ଜିଲା ଗରଦପୁରରେ କୃମି ଔଷଧ ଖାଇ ୩୬ ଜଣ ଶିଶୁ ଅସୁସ୍ଥ ହୋଇପଡ଼ିଥିଲେ। ୨୦୧୪ରେ ଘଟିଥିବା ଏହି ଘଟଣାକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ଏହି ଘଟଣାର ବିଚାର କରି ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୬ ସପ୍ତାହ ମଧ୍ୟରେ ଜବାବ ଦେବାକୁ କମିଶନ ଏହି ନିର୍ଦ୍ଦେଶ ଦେଇଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଦାୟିତ୍ୱହୀନତାରୁ ଶିଶୁମାନେ ଅସୁସ୍ଥ ହୋଇଥିବା ପ୍ରମାଣ ମିଳିବା ପରେ ରାଜ୍ୟ ସରକାରଙ୍କ ଉପରେ କମିଶନ କ୍ଷତିପୂରଣ ବୋଝ ଲଦିଛନ୍ତି। ପ୍ରତି ଶିଶୁଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ କାହିଁକି ଦିଆ ନ ଯିବ ବୋଲି କମିଶନ ଜବାବ ମାଗିଛନ୍ତି। ଏଥିସହ ଦୋଷୀ ଡାକ୍ତର ଓ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୪ ନଭେମ୍ବର ୫ରେ ଗରଦପୁର ବ୍ଲକର ଟିକନପୁର ସ୍କୁଲରେ ଆଶାକର୍ମୀ ଓ ଏଏନ୍‌ଏମ୍‌ମାନେ ପିଲାଙ୍କୁ ଅବଧି ଶେଷ ହୋଇଥିବା କୃମି ନାଶକ ସିରପ୍‌ ଖାଇବାକୁ ଦେଇଥିଲେ। ଏହାପରେ ୧ବର୍ଷରୁ ୧୦ ବର୍ଷ ବୟସର ୩୬ଜଣ ଶିଶୁ ଅସୁସ୍ଥ ହୋଇ ପଡିଥିଲେ। ଏନେଇ ମାନବାଧିକାର କର୍ମୀ ଅଖଣ୍ଡ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ କରିବା ସହ ପଦକ୍ଷେପ ଗ୍ରହଣ କରିବାକୁ ନିବେଦନ କରିଥିଲେ। କମିଶନ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କୁ ନୋଟିସ ଜାରି କରିବା ସହ ନିଆଯାଇଥିବା ପଦକ୍ଷେପ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବିଭାଗୀୟ ରିପୋର୍ଟରୁ ସ୍ପଷ୍ଟ ହୋଇଥିଲା ଯେ, ପିଲାମାନଙ୍କୁ ଦିଆଯାଇଥିବା ଆଲ୍‌ବେଣ୍ଡାଜୋଲ୍‌ ସିରପ୍‌ ବୈଧ ତାରିଖ ଶେଷ ହୋଇଯାଇଥିଲା। କିନ୍ତୁ ବିଭାଗୀୟ ଅଫି’ସରଙ୍କୁ ଘଣ୍ଟ ଘୋଡାଇବା ଲାଗି ପରବର୍ତ୍ତୀ ସମୟରେ ଦିଆଯାଇଥିବା ରିପୋର୍ଟରେ ବିଭିନ୍ନ ଯୁକ୍ତି ଦର୍ଶାଯାଇ ଉଲ୍ଲେଖ କରାଯାଇଥିଲା ଯେ, ଏଏନ୍‌ଏମ୍‌ ଓ ଆଶାକର୍ମୀଙ୍କ ଦାୟିତ୍ୱହୀନତା ଯୋଗୁ ଏହା ଘଟିଥାଇପାରେ। ଏହାସହ ଗ୍ରାମବାସୀ ସେଥିରେ ଏକ୍ସପାଏରି ଔଷଧ ମିଶାଇ ଥାଇପାରନ୍ତି। କିନ୍ତୁ ଏହାକୁ କମିଶନ ଅଗ୍ରାହ୍ୟ କରି କହିଥିଲେ, ପିଲାମାନଙ୍କୁ କେଉଁ ଔଷଧ ଦିଆଯିବ ସେ ନିଷ୍ପତ୍ତି ଡାକ୍ତର ଓ ମେଡିକାଲ ଅଫି’ସରଙ୍କର। ତେଣୁ ଔଷଧ ବୈଧ ତାରିଖ ରହିଛି କି ନାହିଁ ତାହା ମଧ୍ୟ ଯାଞ୍ଚ କରିବା ସେମାନଙ୍କ ଦାୟିତ୍ୱ। ତେଣୁ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ। ଏଭଳି ଭୁଲ୍‌ ପାଇଁ ଶିଶୁମାନଙ୍କର ମାନବିକ ଅଧିକାର କ୍ଷୁଣ୍ଣ ହୋଇଥିବାରୁ କ୍ଷତିପୂରଣ କାହିଁକି ଦିଆ ନ ଯିବ ତାହାର କାରଣ ଦର୍ଶାଇବାକୁ କମିଶନ ନୋଟିସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri