କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍‌ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ ସମସ୍ତ କୃଷିଜାତ ଉତ୍ପାଦନ ଖର୍ଚ୍ଚର ଦେଢ଼ଗୁଣା ଚାଷୀଙ୍କୁ ପ୍ରଦାନ ସହ ବିନିଯୋଗ ଖର୍ଚ୍ଚ ହ୍ରାସ ନିମନ୍ତେ ବିହନ, ସାର, କୀଟନାଶକ, କୃଷି ଯନ୍ତ୍ରପାତି ଓ କୃଷି ଉପକରଣର ରିହାତି ବୃଦ୍ଧି କରାଯିବା ସମେତ ୬ ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଇଥିଲା। କୁକୁଡ଼ାଖଣ୍ଡି ଓ ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ଶତାଧିକ ଚାଷୀ ଏଥିରେ ସାମିଲ ହୋଇଥିଲେ। ଜିଲା କମିଟି ନେତା ବସନ୍ତ ନନ୍ଦ, ବିଦ୍ୟାଧର ଜେନା ଓ ବିଜୟ ବିଶୋୟୀ ନେତୃତ୍ୱ ନେଇଥିଲେ।
ଅନ୍ୟ ଦାବିଗୁଡ଼ିକ ମଧ୍ୟରେ ଗରିବ, ମଧ୍ୟମ ଚାଷୀ ଏବଂ ବୟସ୍କ କୃଷି ଶ୍ରମିକଙ୍କୁ ସରକାର ମାସିକ ୫ ହଜାର ଟଙ୍କା ଲେଖାଏ ପେନସନ ଦେବା, ପ୍ରକୃତ କୃଷକଙ୍କ ନାମରେ ଜମିଜମା ରେକର୍ଡ କରି ପଟ୍ଟା ପ୍ରଦାନ, ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬କୁ ଠିକଣା ଭାବେ କାର୍ଯ୍ୟକାରୀ କରାଯିବା, ଚାଷୀଙ୍କ ସମସ୍ତ କୃଷିଋଣ ଛାଡ଼ କରାଯିବା ଅନ୍ତର୍ଭୁକ୍ତ। ଅପରପକ୍ଷରେ କୃଷକ ସପକ୍ଷବାଦୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ ଏବଂ କୃଷକ ପରିବାର ପାଇଁ ସ୍ବାସ୍ଥ୍ୟ ବୀମା ଏବଂ ପଶୁ ସମ୍ପଦ ବୀମା ଯୋଜନା ସୁନିଶ୍ଚିତ କରାଯିବା ସହ ପ୍ରାକୃତିକ ବିପର୍ଯ୍ୟୟଜନିତ କ୍ଷତିପୂରଣ ପରିମାଣ ବୃଦ୍ଧି ଓ ଏ ସମ୍ପର୍କିତ ବକେୟା ପ୍ରାପ୍ୟ ତୁରନ୍ତ ପ୍ରଦାନ ଲାଗି ଦାବି କରାଯାଇଛି। ଦାବି ସମ୍ବଳିତ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କୁ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri