କୃଷିଋଣ ଛାଡ଼ ପାଇଁ ରାଜ୍ୟପାଳଙ୍କୁ କଂଗ୍ରେସର ନିବେଦନ

ବୁଗୁଡ଼ା,୨୧ା୫(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକର କୃଷକମାନଙ୍କ କୃଷିଋଣ ଛାଡ଼ ଏବଂ ଋଣ ନବୀକରଣ କୋହଳ କରିବାକୁ ଗୁରୁବାର ସ୍ଥାନୀୟ ବ୍ଲକ କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ତନ୍ମୟ ପାତ୍ରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଲକ୍‌ଡାଉନ ଅଞ୍ଚଳର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଛି। ଏପରି ଅଭାବନୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେମାନଙ୍କର ୨୦୨୦-୨୧ର କୃଷି ଋଣକୁ ସମ୍ପୂର୍ଣ୍ଣ ଛାଡ଼ ଏବଂ ଋଣ ନବୀକରଣ କୋହଳ କରି ଚାଷୀମାନଙ୍କ ଠାରୁ ଜୋରଜବରଦସ୍ତ ଭାବେ ମୂଳ ଋଣ ଟଙ୍କା ଆଦାୟ ନ କରିବା ପାଇଁ ବିଭିନ୍ନ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ ସମବାୟ ବ୍ୟାଙ୍କମାନଙ୍କୁ ସରକାର ନିର୍ଦ୍ଦେଶ ଦେବା ସକାଶେ କଂଗ୍ରେସ ତରଫରୁ ଜିଲା କଂଗ୍ରେସ ସମ୍ପାଦକ ଜାନକୀ ବଲ୍ଲଭ ରାଉତ, କରଚୁଲି ଜୋନ ସଭାପତି ଶଙ୍କର୍ଷଣ ବେହେରା, ଏନଏସି ଓବିସି ମୋର୍ଚ୍ଚା ସଭାପତି ସୁଜିତ କୁମାର ସ୍ବାଇଁ ଓ ହରିଜନ ଆଦିବାସୀ ମୋର୍ଚ୍ଚା ସଭାପତି ଗନ୍ଧମାର୍ଦ୍ଦନ ସେଠୀ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କୃଷିମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କୁ ଲିଖିତ ଭାବେ ବିଡିଓଙ୍କ ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?