କୃଷିଜାତ ଦ୍ରବ୍ୟର ବଜାର ସଂଯୋଗୀକରଣକୁ ଅଗ୍ରାଧିକାର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କୃଷିର ସର୍ବାଙ୍ଗୀନ ଉନ୍ନତି ତଥା କୃଷକମାନଙ୍କର ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଏଥିପାଇଁ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଏବଂ କାର୍ଯ୍ୟକ୍ରମ ନିଆଯାଉଛି। ନିକଟ ଅତୀତରେ ହୋଇଥିବା ଏବଂ ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ ନେଇ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଜାରି କରାଯାଇଛି। ବିଶେଷ କରି ଉତ୍ପାଦିତ କୃଷିଜାତ ବଜାର ସଂଯୋଗୀକରଣକୁ ଗୁରୁତ୍ୱ ଦିଆଯାଇଛି।
ଏଥିରେ ‘କାଳିଆ’କୁ ୨୦୧୯ ମସିହାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏବଂ ଐତିହାସିକ ଯୋଜନା ବୋଲି ଅଭିହିତ କରାଯାଇଛି। ମୋଟ ୪୭,୭୯,୩୮୧ ଜଣ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି। ତନ୍ମଧ୍ୟରୁ ୩୧,୯୬,୫୫୬ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୫,୮୨, ୮୨୫ ଜଣ ଭୂମିହୀନ କୃଷିଶ୍ରମିକ ରହିଥିଲେ। ଓଡ଼ିଶା ମିଲେଟ୍‌ ମିଶନର ସଫଳତା ଆଧାରରେ ଭାରତ ସରକାର ପୁଷ୍ଟିଶସ୍ୟ ସଂକ୍ରାନ୍ତରେ ମାର୍ଗଦର୍ଶିକାକୁ ସଂଶୋଧନ କରିବା ପାଇଁ ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ନୀତି ଆୟୋଗ ଦ୍ୱାରା ଓଡ଼ିଶା ମିଲେଟ୍‌ ମିଶନ ଢାଞ୍ଚାରେ ମାଣ୍ଡିଆ ଚାଷକୁ ଅନ୍ୟ ରାଜ୍ୟରେ ପ୍ରଚଳନ ପାଇଁ ପ୍ରୋତ୍ସାହିତ କରାଯାଉଛି। ପ୍ରଥମଥର ପାଇଁ ୨୦୧୮-୧୯ରେ ୧୭,୯୮୫ କୁଇଣ୍ଟାଲ୍‌ ରାଗି ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)ରେ ଚାଷୀମାନଙ୍କଠାରୁ ସଂଗ୍ରହ କରାଯାଇଛି। ଜଳନିଧି ଯୋଜନାରେ ୨୦୧୯-୨୦ରେ ୨୮୦୦ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇ ୬୬୦୫ ହେକ୍ଟର ଜମିକୁ ଜଳସେଚନ ଯୋଗାଇବାର କ୍ଷମତା ସୃଷ୍ଟି କରାଯାଇଛି। କୃଷି ଉତ୍ପାଦନ କ୍ଲଷ୍ଟର ଯୋଜନାରେ ୫୫୪ଟି ଉତ୍ପାଦକ ଗୋଷ୍ଠୀ ଗଠନ କରାଯାଇ ୫୫,୨୦୦ କୃଷକ ପରିବାରକୁ ଅନ୍ତର୍ଭୁକ୍ତ କରାଯାଇଛି। ୧୨ଟି ଜନଜାତି ଅଧ୍ୟୁଷିତ ଜିଲାର ୪୦ଟି ପଛୁଆ ବ୍ଲକ୍‌ରେ ୬୫୦ଟି ଉତ୍ପାଦକ ଗୋଷ୍ଠୀ ଏବଂ ୩୦ କୃଷି ଉତ୍ପାଦକ କ୍ଲଷ୍ଟର ବା ଉତ୍ପାଦକ କମ୍ପାନୀ ଆଗାମୀ ୪ ବର୍ଷ ମଧ୍ୟରେ ଗଠନ କରାଯିବାର ଲକ୍ଷ୍ୟ ରହିଛି। ନିକଟରେ ‘ସମୃଦ୍ଧି-କୃଷିନୀତି ୨୦୨୦’ ପ୍ରଣୟନ କରାଯାଇଛି। ୬୦ଟି କୃଷି ଯୋଜନାକୁ ଡିଜିଟାଇଜେଶନ୍‌ କରାଯାଇଛି। ଚାଷୀମାନଙ୍କୁ ବିଶେଷଜ୍ଞମାନଙ୍କ ଦ୍ୱାରା ସମୟ ଉପଯୋଗୀ କୃଷି ସେବା ଓ ପରାମର୍ଶ ପାଇଁ ‘ଆମ କୃଷି’ ମୋବାଇଲ୍‌ ସେବା ଯୋଗାଇ ଦିଆଯାଇଛି। ଏଥିରେ ରାଜ୍ୟର ପ୍ରାୟ ୬.୨୪ ଲକ୍ଷ ଚାଷୀଙ୍କୁ ସଂଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri