କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ । ବରଂ ଚାଷୀଙ୍କ ମନୋବଳ ଭାଙ୍ଗିବା ପାଇଁ ଚେଷ୍ଟା କରାଯାଉଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରାପ୍ୟରେ ବୀମା କମ୍ପାନୀ ୪ଟି ବ୍ଲକକୁ ଏସିଏଫ ନାମରେ ୩୦ରୁ ୪୦ ପ୍ରତିଶତ ଅର୍ଥ କାଟ କରିଛନ୍ତି। ଫଳରେ ଚାଷୀମାନେ ବ୍ୟାପକ ଆର୍ଥିକ କ୍ଷତି ସହୁଛନ୍ତି । ତେଣୁ କୃଷିବୀମାରେ ଏସିଏଫକୁ ସମ୍ପୂର୍ଣ୍ଣ ଉଠାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି । ଏହି ପ୍ରସଙ୍ଗରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ଓ ଜୟ କିସାନ ସଂଘର ମିଳିତ ଉଦ୍ୟମରେ ଚାଷୀମାନଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି । ୨୦୧୮ରେ ଏସିଏଫ ନାମରେ ବୀମା କମ୍ପାନୀ ମନମୁଖି ଭାବେ ପ୍ରାପ୍ୟ ଦେଇଥିବାରୁ ଏହାର ପ୍ରତିବାଦରେ ମହୁଲପାଲିଠାରେ ଶନିବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଥିଲା । ଜୁଲାଇ ୩୦ତାରିଖରେ ଝାରବନ୍ଧଠାରେ ଚାଷୀମାନେ ଏସିଏଫ ନାମରେ ଠକେଇ କରୁଥିବା କମ୍ପାନୀ ବିରୁଦ୍ଧରେ ଆଇନ ଅମାନ୍ୟ ଆନ୍ଦୋଳନ କରିବେ ଏବଂ ସ୍ବାଧୀନତା ଦିବସରେ ଚାଷୀମାନଙ୍କ ସ୍ବାର୍ଥ ପ୍ରତି ଦୃଷ୍ଟି ନ ଦେଇ କମ୍ପାନୀ ଶୋଷଣ କରୁଥିବାରୁ ଏହି ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଶିବ ପ୍ରଧାନ, ରମେଶ ମହାପାତ୍ର, ସୁଶୀଲ ସାହୁ, ଅଶୋକ ସାହୁ, ବିଶ୍ୱନାଥ ରଣା, ପୀତାମ୍ବର ସାହୁ, ରୋହିତ ପ୍ରଧାନ, ପ୍ରଶାନ୍ତ ପ୍ରଧାନ, କୈଳାଶ ବାରିକ, ସୌକି ମେହେର, ସୁରେଶ ଗନ୍ଧ, ଡମ୍ବରୁଧର ସାହୁ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri