କୃଷିବୀମା ମିଳିବାରେ ବିଳମ୍ବ: ୪ ମାସ ମଧ୍ୟରେ ଫଇସଲା କରିବାକୁ ଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ

କେନ୍ଦୁଝର, ୧୫ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଚାଷୀମାନେ ୨୦୧୫ରେ ପ୍ରିମିୟମ ଅର୍ଥ ଦେଇଥିଲେ ହେଁ ମରୁଡି ଯୋଗୁ୍‌ କ୍ଷତିଗ୍ରସ୍ତ ହୋଇଥିବା ବହୁ ଚାଷୀଙ୍କୁ ଅଦ୍ୟାବଧି କୃଷିବୀମା ବାବଦ ଅର୍ଥ ମିଳୁ ନ ଥିବାରୁ ଚିନ୍ତାରେ ରହିଛନ୍ତି। ସରକାର କାଳିଆ ଯୋଜନାରେ ଚାଷୀଙ୍କୁ ସହାୟତା ଦେଉଥିବା କହୁଥିବା ବେଳେ କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଦେବାରେ ଅବହେଳା କାହିଁକି କରୁଛନ୍ତି ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି। କ୍ଷତିପୂରଣ ପାଇଁ ବିଭିନ୍ନ ବିଭାଗ ଓ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇ ନ ପାଇବାରୁ ଧାରକରଜ କରି ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହେବାକୁ ପଡିଛି।

ଏଭଳି ଝୁମ୍ପୁରା ବ୍ଲକର ଖୁଣ୍ଟାପଡା ଓ ଅର୍ଶଳା ପଞ୍ଚାୟତର ବାରଖଣ୍ଡିଆ, ମହାଦେବପୁର, ଅସୁକି, ଖୁଣ୍ଟାପଡା, ଅର୍ଶଳା, ଦୁର୍ଗାପୁର, ଅନ୍ଧାରୀ ଖମଣ, ସୁଣ୍ଢି ମୁରୁସୁଆଁ, ବଳଭଦ୍ରପୁର, ପ୍ରଭାତିପୁର ଆଦି ଗ୍ରାମର ୫୦ ଜଣ ଚାଷୀ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇ ପିଟିଶନ ଦାଖଲ କରିଥିଲେ ା ରିଟ୍‌ ପିଟିଶନ କେସ ନମ୍ବର ୬୩୨୭, ୬୩୨୮, ୬୩୨୯,୬୩୩୦, ୬୩୩୧ର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ ଏପ୍ରିଲ ୮, ୨୦୧୯ ରେ ଜିଲାପାଳଙ୍କୁ ଚାଷୀଙ୍କ ଅଭିଯୋଗର ଶୁଣାଣି ୪ ମାସ ମଧ୍ୟରେ କରିବାକୁ ଆଦେଶ କରିଛନ୍ତି।

ଏ ନେଇ ସୋମବାର ଧରଣୀଧର ସାହୁ, ଦୁର୍ଯ୍ୟୋଧନ ପ୍ରଧାନ, ପ୍ରସନ୍ନ କୁମାର ନାଏକ, ଦୁର୍ଲ୍ଲଭ ବେହେରା, ଦୁଃଖବନ୍ଧୁ ବାରିକ, ନୀଳମଣି ବେହେରା, ପ୍ରମୋଦ କୁମାର ସାହୁ, ପରମାନନ୍ଦ ଦଣ୍ଡସେନାଙ୍କ ସମେତ ଚାଷୀମାନେ ଜିଲାପାଳଙ୍କୁ ଲିଖିତ ରାୟର କପି ସହ ଜଣାଇ ତୁରନ୍ତ ଫଇସଲା କରି ବୀମା ଅର୍ଥ ଦେବାକୁ ଦାବି କରିଛନ୍ତି। ଏ ନେଇ ଜିଲାପାଳ ଆବେଦନକାରୀଙ୍କୁ ଶୁଣାଣି କରିବାକୁ କୋର୍ଟ ଆଦେଶ କରିଛନ୍ତି।  ଜିଲାର କ୍ଷତିଗ୍ରସ୍ତ ସମସ୍ତ ଚାଷୀଙ୍କୁ ସେମାନଙ୍କ କ୍ଷତିପୂରଣ ବାବଦକୁ ବୀମା ଅର୍ଥ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri