କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବରେ ଆସୁଥିବା କର୍ମଚାରୀଙ୍କୁ ଭିତରକୁ ନ ଛାଡ଼ିବାକୁ କହିଥିଲେ। ଯେଉଁମାନେ ବିଳମ୍ବରେ ଅସିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହାପରେ ସେ କର୍ମଚାରୀଙ୍କ ସହିତ ନିଆରା ଢଙ୍ଗରେ ମତ ବିନିମୟ କରିଥିଲେ। ସମ୍ମିଳନୀ କକ୍ଷ ନୁହେଁ ବରଂ କୃଷିଭବନର ଲବିରେ ମନ୍ତ୍ରୀ ଛିଡ଼ା ହୋଇ ଆଲୋଚନା କରିଥିଲେ। ମନ୍ତ୍ରୀଙ୍କ ଅଚାନକ ଗସ୍ତ ଓ ଏଭଳି ଢଙ୍ଗରେ ଆଲୋଚନା ସମସ୍ତଙ୍କୁ ଚକିତ କରିଥିଲା।
ରାଜ୍ୟରେ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ସୁଶାସନ ପ୍ରତିଷ୍ଠା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ୫‘ଟି’ ସୂତ୍ର ଆଧାରରେ ସମସ୍ତ କାର୍ଯ୍ୟ କରି କୃଷିକ୍ଷେତ୍ରରେ ଅଦ୍ଭୁତ ପୂର୍ବ ସଫଳତା ଆଣିବା ପାଇଁ ମନ୍ତ୍ରୀ କର୍ମଚାରୀମାନଙ୍କୁ ଆହ୍ବାନ ଦେଇଥିଲେ। କୃଷି ବିକାଶକୁ ତ୍ବରାନ୍ବିତ କରିବା ଏବଂ କୃଷକର ଆୟ ବୃଦ୍ଧି ନିମନ୍ତେ ୨୦୧୯ରେ ସରକାର ଏକ କ୍ରିୟାଶୀଳ କୃଷିନୀତି ପ୍ରଣୟନ କରିବାକୁ ଯାଉଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ କହିଥିଲେ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୫‘ଟି’ ସୂତ୍ରକୁ କାର୍ଯ୍ୟକାରୀ କରିବା ପାଇଁ ଏକ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା କାର୍ଯ୍ୟକ୍ଷେତ୍ରରେ ଗୁଣାତ୍ମକ ପରିବର୍ତ୍ତନ ଅଣାଯାଇପାରିବ ଓ କୃଷକମାନେ ଉପକୃତ ହୋଇପାରିବେ। ଶେଷରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଏମ୍‌. ମୁଥୁକୁମାର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri