Posted inଜାତୀୟ

କୃଷି ଆଇନକୁ ବିରୋଧ କଲା କଂଗ୍ରେସ

ନୂଆଦିଲ୍ଲୀ,୨୨ ।୭: କେନ୍ଦ୍ର ସରକାରଙ୍କ ୩ଟି ଯାକ କୃଷି ଆଇନକୁ ବିରୋଧ କରିଛି କଂଗ୍ରେସ । ଗୁରୁବାର ଏହି ଆଇନକୁ ଫେରାଇ ନେବାକୁ ଦାବି କରି ସଂସଦ ଭବନ ପରିସରରେ କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ଏଥିରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅନୁଗାମୀମାନେ ଯୋଗ ଦେଇଛନ୍ତି । ଉଭୟ ଲୋକ ସଭା ଓ ରାଜ୍ୟ ସଭାର ଏମ୍‌ପିମାନେ ଏହି ବିରୋଧ ପ୍ରଦର୍ଶନରେ ସାମିଲ ହୋଇଛନ୍ତି । ସଂସଦ ଭବନ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏମାନେ ଏକାଠି ହୋଇଛନ୍ତି । ଏଥିରେ ରାହୁଲଙ୍କ ବ୍ୟତିତ ଲୋକ ସଭାର କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୂରୀ, ଲୋକ ସଭା ସଦସ୍ୟ ମନିଷ ତିୱାରୀ, ଗୌରବ ଗୋଗୋଇ ଆଦି ଯୋଗ ଦେଇଥିଲେ । ଏହାସହ ରାଜ୍ୟ ସଭା ସଦସ୍ୟ ପ୍ରତାପ ସିଂ ବାଜୱା ଓ ଆଉ କେତେଜଣ କଂଗ୍ରେସ ଏମ୍‌ପି ଏଥିରେ ଯୋଗ ଦେଇଥିଲେ । ଏହି ସମୟରେ କଂଗ୍ରେସ ଏମ୍‌ପିମାନେ, କାଲା କାନୁନ ୱାପସ ଲୋ, ପ୍ରଧାନମନ୍ତ୍ରୀ ନ୍ୟାୟ କରୋ ଭଳି ସ୍ଲୋଗାନ ଦେଇଥିଲେ । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ କୃଷି ଆଇନକୁ କୃଷକ ଗତବର୍ଷ ନଭେମ୍ବରରୁ ବିରୋଧ କରି ଆସୁଥିବା ବେଳେ ରାଜଧାନୀର ବିଭିନ୍ନ ସୀମାରେ ଏପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ ଚାଲିଛି । ଆଉ ଏହି ସମୟରେ ସୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ବିପକ୍ଷ କଂଗ୍ରେସର ଏଭଳି ବିରୋଧ ପ୍ରଦର୍ଶନକୁ ବେଶ୍ ଗୁରୁତର ସହ ନିଆଯାଉଛି । ମୋଦି ସରକାର କୃଷକଙ୍କ ଦାବି ମାନି ନ ନେବାରୁ ଏପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି କୃଷକ ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri