‘କୃଷି ଓଡ଼ିଶା-୨୦୨୦’କୁ ଉଦ୍‌ଘାଟିତ; ସରକାର ସୁବବେଳେ ଚାଷୀଙ୍କ ସହ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’ ସୋମବାରଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ସବୁବେଳେ ଓଡ଼ିଶାର ଚାଷୀଙ୍କ ସହ ଅଛନ୍ତି। ନୂଆ କୃଷି ନୀତି ଚାଷୀ ବିକାଶର ଲକ୍ଷ୍ୟ ବିନ୍ଦୁ। କୃଷିର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛୁ। କାଳିଆ ଚାଷୀଙ୍କ ସମ୍ମାନ ବୃଦ୍ଧି କରିଛି । ସ୍ବାଭିମାନ ସହ ଚାଷୀ ବଞ୍ଚୁ ଏବଂ ନୂଆ ଟେକ୍ନୋଲୋଜି ବ୍ୟବହାର କରୁ। ଚାଷୀ ବିକାଶର ସାରଥୀ ହେଉ ବୋଲି ରାଜ୍ୟ କୃଷି ନୀତି-୨୦୨୦କୁ ଉନ୍ମୋଚନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ୩୦ଟି ଜିଲାରୁ ପାଖାପାଖି ୫ ହଜାର ଚାଷୀ ଯୋଗଦେଇଥିଲେ।
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ ରାଜ୍ୟର କୃଷକମାନଙ୍କୁ ପରିଚିତ କରାଇବା ଲକ୍ଷ୍ୟରେ ଏହା ଆୟୋଜନ କରାଯାଉଛି। ଏହି ମହୋତ୍ସବ ୫ ଦିନ ଧରି ଚାଲିବ।  ପ୍ରତ୍ୟହ ପାଠଶାଳା ଓ ଆଲୋଚନାଚକ୍ର ଆୟୋଜିତ ହେବ। ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ପ୍ରାୟ ୧୧୨ କମ୍ପାନୀ ଏଥିରେ ଯୋଗଦେବେ। କୃଷିର ଗୁରୁତ୍ୱ ଏବଂ କୃଷକଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ସହ କୃଷି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଦର୍ଶନ ଲକ୍ଷ୍ୟରେ ଚଳିତ ବର୍ଷ ମହୋତ୍ସବରେ ୨୨୮ ଷ୍ଟଲ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri