କୃଷି କର୍ମଚାରୀ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚଳିତ ଖରିଫ୍‌ ଋତୁରେ ଚାଷୀଙ୍କୁ ଉନ୍ନତ ବିହନ, ସାର ଓ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ଆବଶ୍ୟକତା ଅନୁସାରେ ଏସବୁ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବକୁ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ଏଥିସହିତ କରୋନା ପରିପ୍ରେକ୍ଷୀରେ ଖରିଫ୍‌ ଚାଷର ଗୁରୁତ୍ୱକୁ ଦୃଷ୍ଟିରେ ରଖି କୃଷି ଅଧିକାରୀ ଓ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ି ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଖିଲାପ କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବୁଧବାର କୃଷି ଭବନଠାରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଏହା କହିଛନ୍ତି।
ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ ବିହନ ଓ ସାର ଯୋଗାଣର ସମୀକ୍ଷା କରିଥିଲେ। ଜୁନ ୧ରୁ ୧୦ ମଧ୍ୟରେ ସମସ୍ତ ନୋଡାଲ ଅଧିକାରୀ ଦାୟିତ୍ୱରେ ଥିବା ଜିଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧିକାରୀଙ୍କୁ କୁହାଯାଇଛି। ପ୍ରତି ପଞ୍ଚାୟତରେ ହ୍ବାଟ୍ସଆପ୍‌ ଗ୍ରୁପ ଗଠନ କରି ଏଥିରେ ଅଧିକରୁ ଅଧିକ ଚାଷୀଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ କୋଭିଡ୍‌-୧୯ ସଂକ୍ରମଣ ଏଡାଇବାକୁ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଓ ସାନିଟାଇଜର ବ୍ୟବହାର ଆଦିକୁ ଅନୁପାଳନ କରିବାକୁ ମନ୍ତ୍ରୀ କହିଛନ୍ତି। ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନର ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri