କୃଷି କାର୍ଯ୍ୟରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୋନପୁର, ୫।୧୨(ନି.ପ୍ର.) ଭାରତର ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭର କରିଥାଏ। ଦେଶର ୮୦ ପ୍ରତିଶତ ମହିଳା କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି। ଏହି କୃଷିଜୀବୀ ମହିଳାମାନଙ୍କୁ ମାନ୍ୟତା ଓ ସମ୍ମାନ ଦେବା ଉଦ୍ଦେଶ୍ୟରେ ସୋନପୁର କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ କୃଷିଜୀବୀ ମହିଳା ଦିବସ ପାଳିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ମହିଳା ଚାଷୀମାନେ ନିଜର ଦକ୍ଷତା ବୃଦ୍ଧି କରି ସଶକ୍ତଭାରତ ଗଠନରେ ସହଯୋଗ କରିବାକୁ କହିଥିଲେ। ଜିଲା ସମାଜ କଲ୍ୟାଣ ଅଧିକାରୀ ଆସ୍ତେରିଆ କେର୍କେଟା ସମ୍ମାନିତ ଅତିଥିଭାବେ ଯୋଗଦାନ କରି ମହିଳାମାନେ କୃଷି ଏବଂ ଆନୁସଙ୍ଗିକ କୃଷି କାର୍ଯ୍ୟକୁ ଆପଣେଇବା ପାଇଁ ପରାମର୍ଶ ଦେଇଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ଜୀବନଜିତ୍‌ ସେନ ଚାଷ କାର୍ଯ୍ୟରେ ମହିଳାମାନଙ୍କର ବହୁମୁଖି ଭୂମିକା ଉପରେ ଆଲୋଚନା କରିଥିଲେ। ବୀରମହାରାଜପୁରର ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ବିଦ୍ୟାଦର ଦାସ, ଡିପିସି ମିଶନ ଶକ୍ତି କାର୍ତ୍ତିକ ଚନ୍ଦ୍ର ନାୟକ, ଡିପିଡି ଆତ୍ମା ତୁଷାର ରଞ୍ଜନ ମିଶ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଲୁସି ପ୍ରିୟଦର୍ଶନୀ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଗୀତାଞ୍ଜଳି ପ୍ରଧାନ, ସୁରଜ୍ୟୋତି ପ୍ରଧାନ ଓ ସୁପ୍ରଭା ସେଠୀ ଦିବସ ପାଳନ ସମ୍ପର୍କରେ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri