‘କୃଷି କ୍ଷେତ୍ରକୁ ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଯୋଗାନ୍ତୁ’

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶାରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବାରୁ ଚାଷକାର୍ଯ୍ୟ ନିମନ୍ତେ ଋଣର ଜରୁରୀ ଆବଶ୍ୟକତା ରହିଛି। ସମ୍ପ୍ରତି ଚାଷ କାର୍ଯ୍ୟରେ ନୂତନ ଜ୍ଞାନକୌଶଳ ଓ ପଦ୍ଧତି ଅନୁସରଣ କରାଯାଉଥିବା ବେଳେ ଏଥି ନିମନ୍ତେ ଅଧିକ ପୁଞ୍ଜି ନିବେଶର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବ୍ୟାଙ୍କ୍‌ଗୁଡ଼ିକ ସହଜରେ ଓ ସୁବିଧାରେ ଚାଷୀମାନଙ୍କୁ ଅଧିକରୁ ଅଧିକ ଋଣ ଯୋଗାଇ ଦେଇ ଓଡ଼ିଶାର ପ୍ରଗତିରେ ଭାଗିଦାର ହେବା ପାଇଁ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ବୁଧବାର କୃଷି ଓଡ଼ିଶା-୨୦୨୦ ଅବସରରେ ପୂର୍ବାହ୍ନରେ ଜନତା ମଇଦାନରେ ଆୟୋଜିତ ବ୍ୟାଙ୍କର୍ସମାନଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ଅଧିବେଶନରେ ମନ୍ତ୍ରୀ ଯୋଗଦେଇ ଏହା କହିଛନ୍ତି। ସମ୍ପ୍ରତି ଉଚ୍ଚଶିକ୍ଷିତ ଯୁବପିଢ଼ି କୃଷିକ୍ଷେତ୍ର ପ୍ରତି ଆଗ୍ରହ ଦେଖାଉଛନ୍ତି। ଏପରି କ୍ଷେତ୍ରରେ ସେମାନଙ୍କୁ ସହଜରେ ଋଣ ଯୋଗାଇ ଦେବା ନିମନ୍ତେ ତତ୍ପରତା ପ୍ରକାଶ ପାଇବା ଉଚିତ୍‌। ତାମିଲନାଡ଼ୁ, ପଶ୍ଚିମବଙ୍ଗ, କେରଳ, ଆନ୍ଧ୍ର ପ୍ରଦେଶ ଭଳି ରାଜ୍ୟ ତୁଳନାରେ ଓଡ଼ିଶାର ବ୍ୟବସାୟିକ ବ୍ୟାଙ୍କ୍‌ଗୁଡ଼ିକର କୃଷି ଋଣ ହାର ବହୁତ କମ୍‌ ବୋଲି ସାହୁ କହିଥିଲେ। ଏହି ପରିପ୍ରେକ୍ଷୀରେ କୃଷି ଅଧିକାରୀମାନେ ନିୟମିତ ବ୍ୟାଙ୍କ୍‌ଗୁଡ଼ିକ ସହିତ ସମନ୍ବୟ ରକ୍ଷା କରି କୃଷିଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ମନ୍ତ୍ରୀ ସାହୁ କହିଛନ୍ତି।
ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁ ପ୍ରସାଦ କହିଲେ ରାଜ୍ୟରେ କୃଷି ଓ ଆନୁଷଙ୍ଗିକ କୃଷିଜାତ ଦ୍ରବ୍ୟର ବହୁତ ଚାହିଦା ରହିଥିବାରୁ ଏ ଦିଗରେ ଅଧିକରୁ ଅଧିକ ପୁଞ୍ଜି ନିବେଶ କରାଯିବାର ସୁଯୋଗ ରହିଛି। ବିଭିନ୍ନ ସରକାରୀ ଯୋଜନା ଓ ବିଶେଷକରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ନିମନ୍ତେ ରାଜ୍ୟ ସରକାର ବହୁଳ ପରିମାଣ ସବ୍‌ସିଡି ଅର୍ଥ ପ୍ରଦାନ କରୁଛନ୍ତି। ଏପରି କ୍ଷେତ୍ରରେ ବ୍ୟାଙ୍କ୍‌ଗୁଡ଼ିକ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକୁ ଋଣ ପ୍ରଦାନ କଲେ ଚାଷୀମାନେ ସବ୍‌ସିଡିର ଲାଭ ପାଇପାରନ୍ତେ ବୋଲି ରଘୁ ପ୍ରସାଦ କହିଛନ୍ତି। ବୈଠକରେ ୟୁକୋ ବ୍ୟାଙ୍କ୍‌ର ଭୁବନେଶ୍ବର ସର୍କଲ ହେଡ୍‌ର ଜେନେରାଲ ମ୍ୟାନେଜର ଏସ୍‌.କୁମାର ଓଡ଼ିଶାର କୃଷକମାନଙ୍କର ଉନ୍ନତି ନିମନ୍ତେ ବ୍ୟାଙ୍କ୍‌ଗୁଡ଼ିକ ନିଶ୍ଚିତ ରୂପେ ଆଗେଇ ଆସିବେ ବୋଲି କହିଥିଲେ। ବୈଠକରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଜେନେରାଲ ମ୍ୟାନେଜର ସୋନାଲି ଦାଶଙ୍କ ସମେତ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଏମ୍‌. ମୁଥୁକୁମାର, ମତ୍ସ୍ୟ ନିର୍ଦ୍ଦେଶକ ଏନ୍‌. ତିରୁମାଲା ନାୟକ, ପ୍ରାଣୀ ସମ୍ପଦ ବିକାଶ ନିର୍ଦ୍ଦେଶକ ରତ୍ନାକର ରାଉତଙ୍କ ସମେତ କୃଷି ବିଭାଗର ବରିଷ୍ଠ ଅଧିକାରୀ ଏବଂ ରାଜ୍ୟର ୫୦୦ରୁ ଉର୍ଦ୍ଧ୍ୱ ବ୍ୟାଙ୍କ୍‌ ଅଧିକାରୀମାନେ ଯୋଗଦେଇ କୃଷିଋଣ କ୍ଷେତ୍ରର ବିଭିନ୍ନ ଦିଗ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।ପଞ୍ଚାୟତସ୍ତରରେ ହେବ ସ୍ବତନ୍ତ୍ର ବୈଠକ
ରାଜ୍ୟର ମୋଟ ଲୋକସଂଖ୍ୟାର ଏକ ବୃହତ ଭାଗ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଉପରେ ନିର୍ଭର କରି ଜୀବନଜୀବିକା ନିର୍ବାହ କରିଥାନ୍ତି। କୃଷକମାନେ ଗ୍ରାମ୍ୟ ଅର୍ଥନୀତିର ମେରୁଦଣ୍ଡ ହୋଇଥିବାରୁ ରାଜ୍ୟ ସରକାର କୃଷକମାନଙ୍କ ଉନ୍ନତି ନିମନ୍ତେ ଅନେକ ଯୁଗାନ୍ତକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏହି ଯୋଜନା ସମ୍ପର୍କରେ ଚାଷୀମାନଙ୍କୁ ଅବଗତ କରାଇବା ଓ ଉନ୍ନତ ଚାଷ ପ୍ରଣାଳୀ ସମ୍ପର୍କରେ ସଚେତନ କରାଇବା ଦିଗରେ ପଞ୍ଚାୟତିରାଜ ଜନପ୍ରତିନିଧିମାନେ ବିଶେଷ ଭୂମିକା ଗ୍ରହଣ କରିପାରିବେ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ‘କୃଷି ଓଡ଼ିଶା-୨୦୨୦’ର ତୃତୀୟ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଜେନା କହିଥିଲେ, ପଞ୍ଚାୟତ ସମିତି ସ୍ତରରେ କୃଷିର ଉନ୍ନତି ଲାଗି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବୈଠକ କରାଯିବ। ଏହି ସ୍ବତନ୍ତ୍ର ବୈଠକରେ କୃଷି ବିଭାଗର ଅଧିକାରୀଙ୍କ ସମେତ ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ସମବାୟ, ବିଦ୍ୟୁତ୍‌ ଓ ଅନ୍ୟ କୃଷି ସମ୍ପୃକ୍ତ ବିଭାଗଗୁଡ଼ିକ ସାମିଲ ହେବେ। ଅଧ୍ୟକ୍ଷତା କରି କୃଷିମନ୍ତ୍ରୀ ଅରୁଣ କୁମାର ସାହୁ କହିଥିଲେ, ଫସଲ ଅମଳ ପରବର୍ତ୍ତୀ ପରିଚାଳନା ଓ ଏହାକୁ ଉପଯୁକ୍ତ ମୂଲ୍ୟରେ ବିକ୍ରିକରି କୃଷକମାନଙ୍କ ଆୟବୃଦ୍ଧି କରିବା ପାଇଁ ବିଭାଗ ପଦକ୍ଷେପ ନେଉଥିବାବେଳେ ପଞ୍ଚାୟତିରାଜ ଜନପ୍ରତିନିଧିମାନଙ୍କର ଏ ଦିଗରେ ଅର୍ଥପୂର୍ଣ୍ଣ ଯୋଗଦାନ ରହିଛି। ଉତ୍ସବରେ ସମ୍ମାନିତ ଅତିଥିଭାବେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଆପିକଲର ଅଧ୍ୟକ୍ଷ ପ୍ରଭାତ ଆଦିତ୍ୟ ମିଶ୍ର ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ପ୍ରାଣୀସମ୍ପଦ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୩୦ ସଫଳ ଚାଷୀ ଓ ଉଦ୍ୟୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri