କୃଷି ନିର୍ଦ୍ଧାରଣ ବୈଠକରେ ଧାନଚାଷ ଓ ବିକ୍ରି ପ୍ରସଙ୍ଗ ପ୍ରତି ଗୁରୁତ୍ୱ

ବରଗଡ଼ ଅଫିସ,୧୩ା୬ : ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା କୃଷି ନିିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ ଚାଷ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଜିଲାପାଳ ତ୍ରିପାଠୀ ମୁଖ୍ୟତଃ ଧାନଚାଷ ଏବଂ ଏହାର ସଠିକ୍‌ ବିକ୍ରିକୁ ଗୁରୁତ୍ୱ ଦେଇ ଏଥିରେ ସମସ୍ତ ବିଭାଗୀୟ ଅଧିକାରୀ ଉପଯୁକ୍ତ ସମନ୍ବୟ ରଖିବାକୁ ପରାମର୍ଶ ଦେଇଥିଲେ। ସେହିପରି ଚାଷୀମାନେ ଯେଭଳି ନକଲି ବିହନ ବିକ୍ରେତାଙ୍କ ଜାଲରେ ନ ପଡ଼ନ୍ତି, ସେଥିପ୍ରତି ମଧ୍ୟ ନଜର ରଖିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା କୃଷି ଉପନିର୍ଦ୍ଦେଶକ ଦୀନବନ୍ଧୁ ଗାନ୍ଧି ଖରିଫ ଚାଷ ପାଇଁ କୃଷି ବିଭାଗ ତଥା ସରକାରୀସ୍ତରରେ ନିଆଯାଇଥିବା ପଦକ୍ଷେପ ଉପରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ବୈଠକରେ ଜିଲାର କୃଷି, ସମବାୟ, ଉଦ୍ୟାନ ବିଭାଗର ଅଧିକାରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri