କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| ଭୋଟ ଆରମ୍ଭରୁ ହିଁ ମୋଟ ୮୭ ବୁଥ୍‌ରେ ମତଦାତାଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ା ମଧ୍ୟାହ୍ନରେ  ରୌଦ୍ରତାପ ବୃଦ୍ଧି ପାଇବା ଆଶଙ୍କା ଯୋଗୁ ଏବଂ ଭୋଟରମାନେ ବୁଥ୍‌ଗୁଡ଼ିକରେ ସକାଳେ ଭିଡ଼ ଜମାଇଥିଲେ ା ଶାନ୍ତିଶୃଙ୍ଖଳା ସହ ସମସ୍ତ ବୁଥ୍‌ରେ ଭୋଟଗ୍ରହଣ ଚାଲିଥିବାବେଳେ ବଜ୍ରକୋଟ ୭ ନମ୍ବର ବୁଥ୍‌ରେ ଜଣେ ଏଜେଣ୍ଟ ବାରମ୍ବାର ଭୋଟ ଦେଉଥିବା ଅଭିଯୋଗରେ ଉତ୍ତେଜନା ପ୍ରକାଶ ପାଇଥିଲା ା ଏହି ଘଟଣା କ୍ରମେ ଗୋଷ୍ଠୀ ବିବାଦ ଆଡ଼କୁ ଗତି କରୁଥିବାବେଳେ ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ଜଣେ ଅଭିଯୁକ୍ତଙ୍କୁୁ ଗିରଫ କରିଥିଲା ା ଉତ୍ତେଜନା ବୃଦ୍ଧି ପାଇବା ଅଶଙ୍କାରେ ଏଠାରେ ପୋଲିସ ମୁତୟନ ହୋଇଥିଲା। ତଥାପି ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିଲା  ା ସେହିଭଳି ଗିଲିନାସୀର ୨୦ ନମ୍ବର ବୁଥ୍‌ ମଧ୍ୟରେ ସଂଘର୍ଷ ଘଟି ରବୀନ୍ଦ୍ର ପ୍ରଧାନ ନାମକ ଜଣେ ବ୍ୟକ୍ତି ଆହତ ହୋଇଥିଲେ। ଅଭିଯୋଗକ୍ରମେ ଏ ଘଟଣା ନେଇ ଉକ୍ତ ଗ୍ରାମର ପ୍ରଦୀପ ପ୍ରଧାନକୁ ପୋଲିସ ଗିରଫ କରିଛି ା ଉଦୟଗିରି ବୁଥ୍‌ରେ ମଧ୍ୟ କିଛି ସମୟ ପାଇଁ ଗଣ୍ଡଗୋଳ ଦେଖାଦେଇଥିବାବେଳେ ପୋଲିସ ପରିସ୍ଥିତିକୁ ଆୟତ୍ତ କରିନେଇଥିଲା ା ଉପରୋକ୍ତ ୩ଟି ବୁଥ୍‌ରେ ପୋଲିସ ବିଶେଷ ଭାବେ ସଜାଗ ରହିଥିଲା ା ତେବେ ବାଲିପାଟପୁର ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଦେଖାଦେବାରୁ ଠିକ୍‌ ସମୟରେ ମତଦାନ ହୋଇ ନ ପାରି ସକାଳ ୮ଟା ୩୦ରେ ଆରମ୍ଭ ହୋଇଥିଲା ା ମୋଟାମୋଟି ଭାବେ ଶାନ୍ତିଶୃଙ୍ଖଳା ସହ ଭୋଟ ଗ୍ରହଣ ଶେଷ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri