କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ଅଧିବେଶନ: ବିକାଶ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ

କୃଷ୍ଣପ୍ରସାଦ,୧ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ପଞ୍ଚାୟତ ସମିତିର ୬ଷ୍ଠ ବାର୍ଷିକ ଅଧିବେଶନ ବୁଧବାର ପଞ୍ଚାୟତ ସମିତି ସଭାଗୃହରେ ଅଧ୍ୟକ୍ଷା ସୌଦାମିନୀ ମାନସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କୁ ସ୍ବାଗତ କରାଯାଇଥିଲା। ସମ୍ମାନିତ ଅତିଥି ଭାବେ ବିଡିଓ ଅଭିମନୁ୍ୟୁ ମାଝି, ତହସିଲଦାର ଜିତେନ୍ଦ୍ର କୁମାର ନାୟକ, ସହକାରୀ ଯନ୍ତ୍ରୀ ଇଂ.ପ୍ରସନ୍ନ କୁମାର ସ୍ବାଇଁ, ମହିଳା ଶିଶୁ ବିକାଶ ଅଧିକାରିଣୀ ମନୋରମା ଦେବୀ, ବ୍ଲକ ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ଜିଲା ପରିଷଦ ସଭ୍ୟା ପ୍ରଭାତୀ ପ୍ରଧାନ, ବନ୍ଦନା ପ୍ରଧାନ, ସହକାରୀ କୃଷି ଅଧିକାରୀ ରବୀନ୍ଦ୍ର କୁମାର ମହାପାତ୍ର, ମୁଖ୍ୟକିରାଣି ରୂପକ କୁମାର ରାଉତରାୟ, ବରିଷ୍ଠ କିରାଣି ପୂର୍ଣ୍ଣଚନ୍ଦ୍ର କାଣ୍ଡି ପ୍ରମୁଖ ଯୋଗଦେଇଥିଲେ । ଫନୀ ବାତ୍ୟାଜନିତ ସହାୟତା ରାଶି, ବିପନ୍ନଙ୍କୁ ପଲିଥିନ ଯୋଗାଇଦେବା, ଚାଷୀ ଓ ଜମିମାଲିକଙ୍କ ନିମନ୍ତେ ସ୍ବତନ୍ତ୍ର ଆଇନ, ବଣ୍ଟନ ବଦଳରେ ଚୁଡ଼ା ପୋତାଯିବା ଘଟଣା, ରିଲିଫ୍‌ରୁ ବଞ୍ଚତ୍ତ ବିପନ୍ନଙ୍କୁ ଶୀଘ ସହାୟତା, ପକ୍କାଘର ପ୍ରଦାନ ଆଦି ବିଭିନ୍ନ ପ୍ରସଙ୍ଗ ନେଇ ବୈଠକରେ ଆଲୋଚନା କରାଯାଇଥିଲା। ନୂଆପଡା ପଞ୍ଚାୟତ ତରଫରୁ ଜହ୍ନିକୁଦାଠାରୁ ସାତପଡା ପର୍ଯ୍ୟନ୍ତ ଚିଲିକାରେ ଏକ ନୂତନ ଘାଟ ସ୍ଥାପନ ନିମନ୍ତେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତି ସଭ୍ୟମାନେ ଦାବି କରିଥିଲେ। ବିଧାୟକ ମହାପାତ୍ର ଫନୀ ବାତ୍ୟା ସମୟରେ ଏବଂ ପରେ ଲୋକଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ନେଇ ଜିଲାପାଳଙ୍କ ସହିତ ଆଲୋଚନା କରିଥିବା ପ୍ରକାଶ କରିଥିଲେ। କୃଷ୍ଣପ୍ରସାଦର ବିକାଶ ପାଇଁ ଯାହାସବୁ ଆବଶ୍ୟକ ଅଛି ସେ ସମ୍ବନ୍ଧରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ବିଧାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri