କେଉଁଠି କିଏ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ତରଫରୁ ସ୍ବାଧୀନତା ଦିବସ-୨୦୨୧ ପାଳନ ଲାଗି ମନ୍ତ୍ରୀ ଏବଂ ଜିଲାପାଳମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ବଣ୍ଟାଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ସେହିପରି ଜଙ୍ଗଲ ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲିକଙ୍କୁ ଗଞ୍ଜାମ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ଯୋଜନା ଓ ସଂଯୋଜନା ବିଭାଗ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ କଟକରେ ପତାକା ଉତ୍ତୋଳନ ଲାଗି ଦାୟିତ୍ୱ ଦିଆଯାଇଛି। ସେହିଭଳି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମୟୂରଭଞ୍ଜ, କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ ସୁନ୍ଦରଗଡ଼, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି, ମନ୍ତ୍ରୀ ଟୁକୁନି ସାହୁଙ୍କୁ କୋରାପୁଟ, ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି, ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ନୂଆପଡ଼ା, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ସମ୍ବଲପୁର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବାଲେଶ୍ୱର, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ଅନୁଗୋଳ, ମନ୍ତ୍ରୀ ପ୍ରେମାନନ୍ଦ ନାଏକଙ୍କୁ ସୁବର୍ଣ୍ଣପୁର, ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ କେନ୍ଦୁଝର, ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ ମାଲକାନଗିରି ଏବଂ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ନବରଙ୍ଗପୁର ଜିଲା ମୁଖ୍ୟାଳୟରେ ପତାକା ଉତ୍ତୋଳନ କରିବେ। ସେହିପରି ବ୍ରହ୍ମପୁରରେ ଆର୍‌ଡିସି, ରାଉରକେଲାରେ ସ୍ଥାନୀୟ ଆର୍‌ଡିସି ପତାକା ଉତ୍ତୋଳନ କରିବେ। ଖୋର୍ଦ୍ଧା, ଭଦ୍ରକ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ରାୟଗଡ଼ା ଏବଂ ନୟାଗଡ଼ରେ ଜିଲାପାଳମାନେ ପତାକା ଉତ୍ତୋଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri