Posted inରାଜ୍ୟ

କେଉଁ ୪ ପ୍ରାର୍ଥୀଙ୍କ ମୁଣ୍ଡରେ ହାତୀ ଢାଳିବ ସୁନାକଳସ

ନୟାଗଡ଼ ଅଫିସ,୨୨।୫: ପ୍ରାୟ ଏକ ମାସ ଧରି ଇଭିଏମ୍‌ରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଖୋଲାଯିବ। ଏହି ଦିନ ଭୋଟଗଣତି ହେଉଥିବାରୁ ସବୁଠି ଉତ୍କଣ୍ଠା ପରିଲକ୍ଷିତ ହେଉଛି। ଜିଲାର ୪ ନିର୍ବାଚନମଣ୍ଡଳୀ ପାଇଁ ହୋଇଥିବା ନିର୍ବାଚନର ଗଣତି କାର୍ଯ୍ୟକ୍ରମ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟରେ କରାଯିବ। ୪ଟି ନିର୍ବାଚନମଣ୍ଡଳୀର ୨୯ପ୍ରାର୍ଥୀଙ୍କ ମଧ୍ୟରୁ କେଉଁ ୪ ପ୍ରାର୍ଥୀଙ୍କ ମୁଣ୍ଡରେ ହାତୀ ସୁନାକଳସ ଢାଳିବ ତାହାକୁ ନେଇ ସମସ୍ତଙ୍କ ଉତ୍କଣ୍ଠା ବଢିବାରେ ଲାଗିଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପର୍ଯ୍ୟାୟ ଶେଷ ହୋଇଛି। ସ୍ବୟଂଶାସିତ ମହାବିଦ୍ୟାଳୟକୁ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି। ଗୁରୁବାର ସକାଳ ୮ଟାରୁ ଗଣତି କରାଯିବ । ଗଣତିରେ ନିୟୋଜିତ ହୋଇଥିବା କର୍ମଚାରୀମାନେ ସକାଳ ୫ଟାରୁ ହଲ୍‌କୁ ପ୍ରବେଶ କରିବେ। ମହାବିଦ୍ୟାଳୟ ପରିସରରେ ଜିଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୫୬ ଟେବୁଲରେ ଭୋଟ ଗଣତି କରାଯିବ। ପ୍ରତ୍ୟେକ ବିଧାନସଭା ଓ ଲୋକ ସଭା ଆସନ ପାଇଁ ୭ଟି ଲେଖାଏ ଟେବୁଲ କରାଯାଇଛି। ଜିଲାର ୪ ନିର୍ବାଚନମଣ୍ଡଳୀରେ ୯୩୬ ବୁଥ୍‌ରେ ମତଦାନ ହୋଇଥିଲା। ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ୨୧୭ ବୁଥ୍‌ ଥିବାରୁ ୩୧ ରାଉଣ୍ଡରେ ଏହା ଶେଷ ହେବ। ରଣପୁର ନିର୍ବାଚନମଣ୍ଡଳୀରେ ୨୪୦ଟି ବୁଥ୍‌ ଥିବାରୁ ୩୫ ରାଉଣ୍ଡ, ଦଶପଲ୍ଲା ନିର୍ବାଚନମଣ୍ଡଳୀରେ ୨୩୪ ବୁଥ୍‌ ଥିବାରୁ ୩୩ ରାଉଣ୍ଡ ଓ ନୟାଗଡ଼ ନିର୍ବାଚନମଣ୍ଡଳୀରେ ୨୪୫ ବୁଥ୍‌ ଥିବାରୁ ୩୫ ରାଉଣ୍ଡ ହେବ। ଭୋଟ ଗଣତି ପ୍ରତ୍ୟେକ ଗଣନା କେନ୍ଦ୍ରରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ଜଣେ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତି ଦିଆଯାଇଥିବା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା. ଏନ୍‌ ତିରୁମାଲା ନାୟକ ସୂଚନା ଦେଇଛନ୍ତି। ଆରମ୍ଭରୁ ପ୍ରଥମେ ବାଲଟ ମତଦାନକୁ ଗଣନା କରାଯିବ। ଭୋଟ ଗଣତି ପାଇଁ ୨୮୮ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ପାଇଁ ସାଧାରଣ ଲୋକଙ୍କଠାରୁ ଆରମ୍ଭକରି କର୍ମୀମାନେ ଉତ୍କଣ୍ଠାରେ ରହିଛନ୍ତି। ଅନ୍ୟପକ୍ଷେ ଭୋଟ ଫଳାଫଳ କ’ଣ ହେବ ତାହାକୁ ନେଇ ପ୍ରାର୍ଥୀମାନଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଲାଣି। ରଣପୁର ନିର୍ବାଚନମଣ୍ଡଳୀ ପାଇଁ ସର୍ବାଧିକ ୧୦ ଜଣ, ନୟାଗଡ଼ ନିର୍ବାଚନମଣ୍ଡଳୀ ପାଇଁ ୮, ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ପାଇଁ ୪ ଓ ଦଶପଲ୍ଲା ନିର୍ବାଚନମଣ୍ଡଳୀ ପାଇଁ ୭ ଜଣ ଏହିଭଳି ମୋଟ ୨୯ ଜଣ ପ୍ରାର୍ଥୀ ଆଶା ଓ ଆଶଙ୍କାରେ ଅଛନ୍ତି। ସେହିପରି କନ୍ଧମାଳ, କଟକ ଓ ପୁରୀ ଲୋକ ସଭା ଆସନ ପାଇଁ ଏମ୍‌ପି ପ୍ରାର୍ଥୀ ହୋଇଥିବା ନେତାମାନେ ମଧ୍ୟ ଆଶା ଓ ଆଶଙ୍କାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri