କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ ରାଜପଥ ନିର୍ମାଣକାର୍ଯ୍ୟ ନେଇଥିବା କୁନାଲ ଷ୍ଟ୍ରକ୍‌ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (କେଏସ୍‌ଆଇପିଏଲ୍‌) କମ୍ପାନୀର ମିଳିତ ସହଯୋଗରେ ଶତାଧିକ ଚାରା ରୋପଣ କରାଯାଇଥିଲା।
ମହାବିରୋଡ ରେଞ୍ଜର ହରମୋହନ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟଅତିଥି ଭାବେ ବାରିହାପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧକ୍ଷ ନରେନ୍ଦ୍ର କୁମାର ପଣ୍ଡା ଯୋଗ ଦେଇଥିଲେ। ବଢୁଥିବା ତାପମାତ୍ରା ରୋକିବାକୁ ହେଲେ ବ୍ୟାପକ ପରିମାଣର ଚାରା ରୋପଣ କରିବା ଜରୁରୀ। ଏହାକୁ ସମସ୍ତେ ହୃଦୟଙ୍ଗମ କରି ଗଛ ଲଗାଇବା ଏବଂ ଏହାର ସୁରକ୍ଷା ନେବା ଉଚିତ। ଏ ଦିଗରେ ଯୁବପିଢ଼ି ଏବଂ ସମସ୍ତ ଅନୁଷ୍ଠାନ ଆଗେଇ ଆସିବାକୁ ଅତିଥିମାନେ ଆହ୍ବାନ ଦେଇଥିଲେ।
କମ୍ପାନୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସରତାଜ ସିଂ, ପ୍ରୋଜେକ୍ଟ ମ୍ୟାନେଜର ସୁମନ୍ତ ପାତ୍ରୋ, ମାନବ ସମ୍ବଳ ଅଧିକାରୀ ଅମୂଲ୍ୟ ସାହୁ , ବିଦ୍ୟାଳୟ ଅଧ୍ୟାପକ ରବୀନ୍ଦ୍ର ସାହୁ, ପ୍ରଶାନ୍ତ ନାୟକ, ସାରଦା ପ୍ରସନ୍ନ କବି, ଫରେଷ୍ଟର ରାମଚନ୍ଦ୍ର ରାଉତ ସମେତ କମ୍ପାନୀ କର୍ମଚାରୀ ଉପସ୍ଥିତ ଥିଲେ। ବନ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଥିବା ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri