Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୨: ଆମା ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଅର୍ଥାତ୍‌ ୧୬ ତାରିଖରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟାରେ ରାମଲୀଳା ମଇଦାନରେ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନେ ଶପଥ ଗ୍ରହଣ କରିବା ଯୋଜନା ରହିଛି। ଏହି ସମାରୋହରେ ଯୋଗ ଦେବାକୁ କେବଳ ଦିଲ୍ଲୀବାସୀଙ୍କୁ ନିମନ୍ତ୍ରଣ କରାଯାଇଥିବା ବେଳେ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଅବା ରାଜନେତାଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ। ହେଲେ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରାଯାଇଛି। ଏବେ ଶୁଣିବାକୁ ମିଳିଛି କି ମୋଦି ଏହି ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି। ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୋଦି ରବିବାର ସକାଳ ପ୍ରାୟ ୯ଟା ୩୦ରେ ବାରାଣସୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେଣୁ ସମୟକୁ ଦେଖିଲେ ଲାଗୁଛି ହୁଏତ ମୋଦି ରବିବାର କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri