Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ‘କୁନି ମଫଲରମ୍ୟାନ’

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହ ରାମଲୀଳା ମଇଦାନରେ ଅନୁଷ୍ଠିତ ହୋଇଛି। ଏଥିରେ କୌଣସି ନେତା ବା ମନ୍ତ୍ରୀ ନୁହେଁ ବରଂ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ‘କୁନି ମଫଲରମ୍ୟାନ’। ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଗତ ୧୧ ତାରିଖରେ ଘୋଷଣା କରାଯାଇଥିବା ବେଳେ ଏଏପି ମୋଟ ୭୦ ଆସନରୁ ୬୨ରେ ବିଜୟ ଲାଭ କରିଥିଲା। ଏହି ସମୟରେ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇବାକୁ ସମସ୍ତେ ପହଞ୍ଚିଥିବା ବେଳେ ଏହି ‘କୁନି ମଫଲରମ୍ୟାନ’ଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ଶିଶୁଟି କେଜରିଓ୍ବାଲଙ୍କ ପୂରୁଣା ଗେଟ୍‌ଅପ୍‌ରେ ଥିବାରୁ କେହି କେହି ତାଙ୍କୁ କୁନି କେଜରିଓ୍ବାଲ ମଧ୍ୟ କହିଥିଲେ। ଆଉ ସେହିଠାରେ ହିଁ ତାଙ୍କୁ ଶପଥ ଗ୍ରହଣ ଉତ୍ସବରେ ଏହି ଗେଟ୍‌ଅପ୍‌ରେ ଆସିବାକୁ ନିମନ୍ତ୍ରଣ କରାଯାଇଥିଲା। ସୂଚନାଯୋଗ୍ୟ, କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଦିଲ୍ଲୀର ସାଧାରଣ ଜନତାଙ୍କୁ ନିମନ୍ତ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri