କେତେବେଳେ ଖାଇବେ ନାହିଁ ଫଳ

ଋତୁ ଅନୁଯାୟୀ ଫଳ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଭଲ ବୋଲି ଡାକ୍ତରମାନେ କହିଥାଆନ୍ତି। ଏମିତିକି ସକାଳୁ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି କୁହାଯାଏ। କାରଣ ଫଳରେ ଥିବା ଭିଟାମିନ୍ସ, ମିନେରାଲ୍ସ, ଫାଇବର ଓ ଆଣ୍ଟିଅକ୍ସିଡାଣ୍ଟ ଶରୀରକୁ ସୁସ୍ଥ ରଖିବାରେ ବେଶ୍‌ ସହାୟକ ହୋଇଥାଏ। ହେଲେ କେଉଁ ସମୟରେ ଫଳ ଖାଇବା ଉଚିତ୍‌ ନୁହେଁ ତାହା ମଧ୍ୟ ଜାଣି ରଖିବା ଜରୁରୀ। ବିଶେଷଜ୍ଞଙ୍କ ମତରେ…
-ରାତିରେ ଶୋଇବା ପୂର୍ବରୁ ଫଳ ଖାଇବା କ୍ଷତିକାରକ। କାରଣ ରାତିରେ ଫଳ ଖାଇଲେ ଶରୀରରେ ଶର୍କରା ସ୍ତର ବୃଦ୍ଧି ପାଇଥାଏ। ଫଳରେ  ନିଦ ଠିକ୍‌ ଭାବେ ହୋଇ ନ ଥାଏ।

-ଭୋଜନର ୩୦ ମିନିଟ୍‌ ପୂର୍ବରୁ ବା ୩୦ ମିନିଟ୍‌ ପରେ ଫଳ ଖାଇବା ଭଲ। ନଚେତ୍‌ ଏହା ଖାଦ୍ୟ ହଜମ କରିବାରେ ବାଧା ସୃଷ୍ଟି କରିଥାଏ। ଏଥିଯୋଗୁ ଶରୀରକୁ ଆବଶ୍ୟକ ପରିମାଣର ପୋଷକ ତତ୍ତ୍ୱ ମିଳି ନ ଥାଏ। ବିଶେଷ ଭାବେ ଡାଇବେଟିସରେ ପୀଡିତ ବ୍ୟକ୍ତି ଅତିକମ୍‌ରେ ଖାଇବାର ୧ଘଣ୍ଟା ପୂର୍ବରୁ ବା ଖାଇବାର ୨ ଘଣ୍ଟା ପରେ ଫଳ ଖାଇବା ଭଲ।
-କୌଣସି ଖାଦ୍ୟ ସହ ଏକାଠି ଫଳ ଖାଇବା ଅନୁଚିତ୍‌। କାରଣ ସବୁ ଫଳରେ ପ୍ରଚୁର ପରିମାଣରେ ଫାଇବର ଥିବାରୁ ଏହା ହଜମ ହେବାକୁ ସମୟ ଲାଗିଥାଏ। ତେଣୁ ଫଳ ସହ କୌଣସି ଖାଦ୍ୟ ଖାଇଲେ ଏହା ଖାଦ୍ୟକୁ ଠିକ୍‌ ଭାବେ ହଜମ କରିବାକୁ ଦେଇ ନ ଥାଏ। ଫଳରେ ପାକସ୍ଥଳୀରେ ଖାଦ୍ୟ ଦୀର୍ଘ ସମୟ ପର୍ଯ୍ୟନ୍ତ ପଡି ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲଦାଖକୁ ନେପାଳ, ବାଂଲାଦେଶ କରିବାକୁ ଚାହୁଁଥିଲେ ୱାଙ୍ଗଚୁକ!

ନୂଆଦିଲ୍ଲୀ,୨।୨: ଲଦାଖର ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଅଟକ ରଖିବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସୋମବାର ଏହି…

ଇତିହାସ ରଚିଲେ ଜୋସ୍ ବଟଲର୍, ଇଂଲଣ୍ଡ ପାଇଁ ଏପରି ସଫଳତା ହାସଲ…

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯାଉଛି । ସିରିଜର ଦ୍ୱିତୀୟ ମ୍ୟାଚ୍ ଫେବୃଆରୀ ୧…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

ବାଂଲାଦେଶକୁ ଜୋରଦାର ଝଟ୍‌କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…

ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର…

ଲକ୍ଷେ ଯାଏ ଖସିଯିବ ସୁନା! ଏକ୍ସପର୍ଟ କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୨।୨: ବିଶ୍ୱ ଅସ୍ଥିରତା ଯୋଗୁଁ ଗତ ବର୍ଷ ଧରି ସୁନା ଏବଂ ରୂପା ମୂଲ୍ୟରେ ଲଗାତାର ରେକର୍ଡ ଉଚ୍ଚତା ସତ୍ତ୍ୱେ ଗତ ତିନିରୁ ଚାରି ଦିନ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri